
ଭୁବନେଶ୍ୱର:ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶନିବାର ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି । ମହାନଦୀ ଜଳ ବିବାଦ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ପ୍ରତିଉତ୍ତର ରଖି ଏହି ଚିଠି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଲେଖିଛନ୍ତି । ଆପୋସ ଆଲୋଚନାରେ ଦୁଇ ରାଜ୍ୟ ଭିତରେ ଥିବା ମହାନଦୀ ଜଳ ସମସ୍ୟାକୁ ସମାଧାନ କରିବା ପାଇଁ ମୋହନ ମାଝୀ ଗତ ୨୫ ତାରିଖ ଦିନ ଚିଠି ଲେଖିଥିଲେ । ତେବେ ଏହାର ପ୍ରତିଉତ୍ତର ସ୍ୱରୂପ ଆଜି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଚିଠି ଲେଖି ଏନେଇ ସହମତି ଦେଇଥିବା ଜଣାଯାଇଛି । ଏହା ବିଚାରାଧୀନ ଅଛି ବୋଲି ଚିଠିରେ ସ୍ପଷ୍ଟ କରିଛନ୍ତି ।
ଅନ୍ୟପକ୍ଷରେ ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଆଜି ଟ୍ରିବୁ୍ୟନାଲରେ ହେବାକୁ ଥିବାବେଳେ ତାହା ଏବେ ଆସନ୍ତା ସେପ୍ଟେମ୍ବର ୬ ତାରିଖକୁ ଘୁଞ୍ଚିଛି । ଉଭୟ ରାଜ୍ୟର ମୁଖ୍ୟ ସଚିବ ଓ ରାଜନୈତିକସ୍ତରରେ ଆଲୋଚନା ଆଗକୁ ବଢ଼ିଛି । ସମାଧାନ ପାଇଁ ଉଭୟ ପକ୍ଷ ରାଜି ଥିବା ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଟ୍ରିବୁନାଲକୁ ଅଗବତ କରିଛନ୍ତି ।




