ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଟିକେଟ ଦେଲେ ଓସିଏ ସଭାପତି

ଭୁବନେଶ୍ୱର: ବାରବାଟୀ ଟି-୨୦ ମ୍ୟାଚ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଟିକେଟ ପ୍ରଦାନ କରିଛନ୍ତି ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା । ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଭେଟି ଟିକେଟ ପ୍ରଦାନ କରିଥିଲେ । ଡିସେମ୍ବର ୯ତାରିଖରେ କଟକ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହାଇଭୋଲଟେଜ ଲଢେଇ ହେବାକୁ ଯାଉଛି । ଏଥିପାଇଁ ପୁରା ପ୍ରସ୍ତୁତ ହୋଇଛି ବାରବାଟୀ ଷ୍ଟାଡିୟମ୍‌ । ସଫଳ ଆୟୋଜନ ପାଇଁ ଓସିଏ ଓ ଓଡ଼ିଶା ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମ୍ୟାଚ ପାଇଁ ଆଜିଠାରୁ ଅନଲାଇନରେ ଟିକେଟ ବିକ୍ରି ଆରମ୍ଭ ହୋଇଛି ।

ଚଳିତ ଥର ୪୨ହଜାର ଦର୍ଶନ ମ୍ୟାଚ ଦେଖିପାରିବେ । ତେବେ ୨୩ହଜାର ଟିକେଟ ବିକ୍ରି କରାଯିବ, ୧୮ହଜାର ୪୦୦ କମ୍ପ୍ଲିମେଣ୍ଟାରୀ ପାସ୍‌ ଦିଆଯିବ । ଟିକଟକୁ ନେଇ ଓସିଏ ସମ୍ପାଦକ ବେହେରା କହିଛନ୍ତି ଯେ, ଗତ ଫେବୃଆରୀ ୯ରେ ବାରବାଟୀରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଦର୍ଶକ କ୍ଷମତା ୪୪,୫୦୦ ରହିଥିଲା। ଭାରତ ଓ ଦକ୍ଷିଣ ଆଫ୍ରିକା ଟ୍ବେଣ୍ଟି-୨୦ ମ୍ୟାଚ ଲାଗି ଦର୍ଶକ କ୍ଷମତା ୪୨ ହଜାରକୁ ହ୍ରାସ କରାଯାଇଛି। ପୂର୍ବ ମ୍ୟାଚଠାରୁ ୨୫୦୦ ଟିକଟ ହ୍ରାସ କରାଯାଇଛି। ଦର୍ଶକଙ୍କ ସୁରକ୍ଷା ଓ ଦୀର୍ଘ ବର୍ଷର ଗ୍ୟାଲେରୀ ହୋଇଥିବାରୁ ଦର୍ଶକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ କରାଯାଇଛି। ଅନ୍ୟପକ୍ଷରେ ଗତ ମ୍ୟାଚରେ ରହିଥିବା ଟିକଟ ମୂଲ୍ୟରେ କୌଣସି ବୃଦ୍ଧି କରାଯାଇନାହିଁ। ଗତ ଭାରତ ଓ ଇଂଲଣ୍ଡ ଦିନିକିଆ ମ୍ୟାଚ ସମୟରେ ଟିକଟ ଦର ଯାହା ରହିଥିଲା ତାହା ଅପରିବର୍ତ୍ତିତ ରହିଛି।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ