ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପତ୍ନୀ ମୀନତି ଦାସ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି।
ସ୍ୱର୍ଗତ ଦାସଙ୍କ ପତ୍ନୀ ମୀନତି ଦାସ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ତାଙ୍କ କନ୍ୟା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ୟ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ ।ଶ୍ରୀମତୀ ଦାସଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ । ସେ ନିଜେ ଓ ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ଶ୍ରୀମତୀ ଦାସ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ