ମୂର୍ତ୍ତି ବିସର୍ଜନ ବେଳେ ପୋଖରୀରେ ବୁଡ଼ି ଛାତ୍ର ମୃତ

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ରଙ୍ଗରଙ୍ଗା ଗାଁରେଗଣେଶ ମୂର୍ତ୍ତି ବିସର୍ଜନ ସମୟରେ ପୋଖରୀରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକ ସ୍ଥାନୀୟ ପ୍ରହଲ୍ଲାଦ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର ଛାତ୍ର ବୋଲି ଜଣାପଡ଼ିଛି । ରଙ୍ଗରଙ୍ଗା ଗାଁ ସ୍ଥିତ ପ୍ରହଲ୍ଲାଦ ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ର ପୋଖରୀରେ ଗଣେଶଙ୍କ ପ୍ରତିମା ବିସର୍ଜନ କରିବା ବେଳେ ବୁଡ଼ି ଯାଇଥିଲେ । ପୋଖରୀ କୂଳରେ ସାଇକେଲ ଦେଖି ଖୋଜା ଖୋଜି କରିଥିଲେ । ବହୁ ସମୟ ଖୋଜିବା ପରେ ପୋଖରୀରୁ ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ । ପୋଖରୀରୁ ଉଦ୍ଧାର କରି ତୁରନ୍ତ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଏହି ଘଟଣା ସମ୍ପର୍କରେ ଜାଣିବା ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।

  • Related Posts

    ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

    ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

    Continue reading
    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି