
ଭୁବନେଶ୍ବର: ମେ’ ୧ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହ ଝଟାକା ପବନ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ବହିବ । ସାରା ରାଜ୍ୟରେ କୁଆପଥର ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ମୁଖ୍ୟତଃ ଅପରାହ୍ନ ପରେ ପରେ କୁଆପଥର ବର୍ଷା ଓ ବିଜୁଳି ଘଡ଼ଘଡ଼ିର ମାତ୍ରା ଅଧିକ ରହିବ । ଯାହାକୁ ନେଇ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ୩-୫ ଡିଗ୍ରୀ ପର୍ୟ୍ୟନ୍ତ ହ୍ରାସ ପାଇବ ।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କୁଆପଥର, ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ଘଣ୍ଟାପ୍ରତି ବେଗ ୫୦ରୁ ୬୦ କିମି ରହିବ । ଯାହାକୁ ନେଇ ୯ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।
ଜିଲ୍ଲା ଗୁଡ଼ିକ ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଭିତରେ ରଖାଯାଇଛି । ଏସବୁ ଜିଲ୍ଲାରେ ବର୍ଷା, ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ୪୦ରୁ ୫୦ କିମି ରହିବ ।ଆସନ୍ତାକାଲି ବର୍ଷା ଆହୁରି ବଢ଼ିବ । ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଜିଲ୍ଲା ଗୁଡ଼ିକ ହେଉଛି ମୟୂରଭଞ୍ଜ, କୋନ୍ଦୁଝର, ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ଗଜପତି । ଏସବୁ ଜିଲ୍ଲାରେ କୁଆପଥର ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ ୫୦ରୁ ୬୦ କିମି ରହିବ । ସେପଟେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଅନୁଗୋଳ, ଦେବଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଓ ଢେଙ୍କାନଳ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ ୪୦ରୁ ୫୦ କିମି ରହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।