ମେଗା ସଦସ୍ୟତା ଅଭିଯାନ “ସମ୍ବନ୍ଧ”ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆହୁରି ସୁଦୃଢ ହେବ ରାଜ୍ୟର ସମବାୟ କ୍ଷେତ୍ର । ସମବାୟ ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହେବ । ଆସନ୍ତା ଶୁକ୍ରବାର ସେପ୍ଟେମ୍ବର ୨୫ ତାରିଖ ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ରାଜ୍ୟର ସମବାୟ କ୍ଷେତ୍ରର ସମ୍ପ୍ରସାରଣ ପାଇଁ ଏକ ମେଗା ସମବାୟ ସଦସ୍ୟତା ଅଭିଯାନ “ସମ୍ବନ୍ଧ”ର ଶୁଭାରମ୍ଭ ହେବ । ମେଗା ସଦସ୍ୟତା ଅଭିଯାନ ‘ସମ୍ବନ୍ଧ’ ଆରମ୍ଭ କରାଯିବା ସହ ଡିଜିଟାଲ ମାଧ୍ୟମରେ ସଦସ୍ୟତା ପଞ୍ଜୀକରଣକୁ ସହଜ ଓ ସ୍ୱଚ୍ଛ କରିବା ପାଇଁ ନୂତନ ମୋବାଇଲ ଆପ୍ଲିକେସନ୍‌ର ଶୁଭାରମ୍ଭ ହେବ । ଏହି ଅବସରରେ ସମବାୟ କ୍ଷେତ୍ରରେ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ । ଆଖୁ ଚାଷ ଓ ଚାଷୀଙ୍କୁ ପ୍ରୋତ୍ସାହନ ଏବଂ ବଡ଼ମ୍ବା ଓ ଆସିକା ଚିନି କଳକୁ କାର୍ଯ୍ୟକ୍ଷମ କରିବା ନେଇ ଯୋଜନାର ଶୁଭାରମ୍ଭ ମଧ୍ୟ କରାଯିବ। ଏହି କାର୍ଯକ୍ରମରେ ସମସ୍ତ ଜିଲ୍ଲାକୁ ଅଭାଷୀ ମାଧ୍ୟମରେ ସଂଯୋଗ କରାଯିବ।
ଏହା ସହିତ ଓଡ଼ିଶା ସମବାୟ ଇତିହାସରେ ପ୍ରଥମ ଥର ପାଇଁ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଏବଂ ବୃହଦାକାର ବହୁମୁଖୀ ସମବାୟ ସମିତି (ଲ୍ୟାମ୍ପ୍ସ) ଗୁଡ଼ିକ ଚାଷୀ ସଦସ୍ୟମାନଙ୍କୁ ଲାଭାଂଶ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି । ଗ୍ରାମାଞ୍ଚଳର ଅର୍ଥନୀତିକୁ ସୁଦୃଢ କରିବା ଦିଗରେ ଦୁଗ୍ଧ ଚାଷୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ପ୍ୟାକ୍ସ ଓ ଲ୍ୟାମ୍ପ୍ସରେ ନୂତନ ଦୁଗ୍ଧ ସଂଗ୍ରହ କେନ୍ଦ୍ର ଉଦ୍‌ଘାଟନ କରାଯିବ । କ୍ଷୁଦ୍ର ଓ ନାମମାତ୍ର ଚାଷୀମାନେ ଯେପରି କମ ମୂଲ୍ୟରେ ଭଡ଼ା ସୂତ୍ରରେ ଆଧୁନିକ କୃଷି ଯନ୍ତ୍ରପାତି ବ୍ୟବହାର କରି ଚାଷକାର୍ଯ୍ୟ କରିପାରିବେ, ସେଥିପାଇଁ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ରେ କୃଷି ସେବା କେନ୍ଦ୍ରର ଶୁଭାରମ୍ଭ ହେବ । ଏହା ସହିତ ଗ୍ରାମାଞ୍ଚଳର ଖାଉଟିମାନଙ୍କୁ ସୁଲଭ ମୂଲ୍ୟରେ ନିତ୍ୟ ବ୍ୟବହାର୍ୟ ଦ୍ରବ୍ୟ ଯୋଗାଇଦେବା ପାଇଁ ନୂତନ ଖାଉଟି କେନ୍ଦ୍ର ଏବଂ ଗ୍ରାମାଞ୍ଚଳର ଲୋକମାନଙ୍କୁ ବିଭିନ୍ନ ଅତ୍ୟାବଶ୍ୟକ ସରକାରୀ ଓ ବେସରକାରୀ ସେବା ସହଜରେ ଯୋଗାଇଦେବା ଉଦ୍ଦେଶ୍ୟରେ ନୂତନ ଜନସେବା କେନ୍ଦ୍ରର ମଧ୍ୟ ଶୁଭାରମ୍ଭ କରାଯିବ। ସ୍ୱଚ୍ଛତା ଓ କ୍ଷମତା ବୃଦ୍ଧି ପାଇଁ ପ୍ୟାକ୍ସଗୁଡିକୁ ଜାତୀୟ ପ୍ୟାକ୍ସ କମ୍ପ୍ୟୁଟରାଇଜେସନ ସଫ୍ଟୱେର୍ (NLPS) ରେ ସାମିଲ କରାଯାଉଥିବା ବେଳେ ଶୁକ୍ରବାର ଏହାର ଶୁଭାରମ୍ଭ କରାଯିବ ।
ସେହିପରି ମଡେଲ ମଣ୍ଡିର ଭିତ୍ତିପ୍ରସ୍ତର ସ୍ଥାପନ ସହ ‘ସର୍ବବୃହତ୍ ଶସ୍ୟ ସଂରକ୍ଷଣ ଯୋଜନା’ ଅଧୀନରେ ନିର୍ମାଣ ହେବାକୁ ଗୋଦାମ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ ହେବ । ଏହାସହିତ ଚୟନ ହୋଇଥିବା ସମବାୟ ନିରୀକ୍ଷକ ଓ ରାଜ୍ୟ ପଣ୍ୟାଗାର ନିଗମ (OSWC) ର ପ୍ରାର୍ଥୀଙ୍କୁ ମଧ୍ୟ ନିଯୁକ୍ତି ପତ୍ର ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ