ମେଟ୍ରୋ ପ୍ରକଳ୍ପ ସମ୍ପର୍କରେ ଏହା କହିଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ସହଯୋଗ ଏବଂ ପରାମର୍ଶରେ ନିର୍ମାଣ ହେବ ମେଟ୍ରୋ। ଏନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି। ଏକ କମିଟି କରାଯାଇଛି। ସେହି କମିଟି ବିଭିନ୍ନ ସ୍ଥାନକୁ ଯାଇ ସର୍ଭେ କରିବ ଏବଂ ରିପୋର୍ଟ ଦେବା ପରେ କେନ୍ଦ୍ରର ସାହାଯ୍ୟ ଲୋଡ଼ାଯିବ। ଏନେଇ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି।ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ମେଟ୍ରୋ କେମିତି ଫିଜିବୁଲ ହେବ ସେ ନେଇ ରିପୋର୍ଟ ଦେବ କମିଟି। ସେହି ରିପୋର୍ଟ ଅନୁସାରେ କେନ୍ଦ୍ର ସରକାର କେତେ ଆର୍ଥିକ ସହାୟତା ଦେବେ ଓ ରାଜ୍ୟ ସରକାର କେତେ ଟଙ୍କା ଖର୍ଚ୍ଚ କରିବେ, ସେନେଇ ନିଷ୍ପତ୍ତି ନିଆଯିବ। କମିଟି ରିପୋର୍ଟ ଦେବା ପରେ ମୁଖ୍ୟମନ୍ତ୍ରୀ ମଧ୍ୟ ଏନେଇ କେନ୍ଦ୍ର ସରକାରଙ୍କ ସହ ଅଧିକ ଆଲୋଚନା କରିବେ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ