ମେଡ଼ିକାଲରେ ନିଆଁ ଲାଗି ୧୧ଜଣ ଶିଶୁଙ୍କ ମୃତ୍ୟୁ

ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗିବାର କାରଣ ଜଣାପଡିଛି। ଏହି ଅଗ୍ନିକାଣ୍ଡ କୌଣସି ଷଡ଼ଯନ୍ତ୍ର କିମ୍ବା ମନୁଷ୍ୟକୃତ ନୁହେଁ, ସ୍ୱିଚବୋର୍ଡରୁ ନିଆଁ ବ୍ୟାପି ଏତେ ବଡ଼ ଅଘଟଣ ଘଟିଥିବା ପ୍ରାଥମିକ ଯାଞ୍ଚରୁ ଜଣାପଡିଛି। ଏଥିରେ କୌଣସି ଅବହେଳା କିମ୍ବା ମନୁଷ୍ୟକୃତ ହୋଇନଥିବାରୁ ଏପର୍ଯ୍ୟନ୍ତ କୌଣସି ମାମଲା ରୁଜୁ ହୋଇ ନାହିଁ ବୋଲି ଯାଞ୍ଚ କମିଟି ସୂତ୍ରରୁ ପ୍ରକାଶ ପାଇଛି।
ରିପୋର୍ଟ ଅନୁସାରେ, ସୁଇଚ୍ ବୋର୍ଡରେ ସର୍ଟ ସର୍କିଟ କାରଣରୁ ହସ୍ପିଟାଲରେ ନିଆଁ ଲାଗିଥିଲା। ହସ୍ପିଟାଲର ଏହି ୱାର୍ଡରେ ଜଳ ସିଞ୍ଚନ ଯନ୍ତ୍ର ଲଗାଯାଇ ନଥିବାରୁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇ ପଡିଥିଲା। ନିଆଁ ଲାଗିଥିବା ୱାର୍ଡରେ ଛୋଟ ପିଲାଙ୍କର ଚିକିତ୍ସା ଚାଲୁଥିବାରୁ ସେଠାରେ ପାଣି ସିଞ୍ଚନ ଯନ୍ତ୍ର ରଖାଯାଇନଥିଲା ବୋଲି ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି।
ଝାନ୍ସୀ କମିଶନର ବିପୁଳ ଦୁବେ ଏବଂ ଡିଜି କଳାନିଧି ନାଥାନିଙ୍କ କମିଟି ୨୪ ଘଣ୍ଟା ମଧ୍ୟରେ ତଦନ୍ତ ରିପୋର୍ଟ ଦାଖଲ କରିପାରନ୍ତି।

ପ୍ରାଶ ଥାଉକି, ଶୁକ୍ରବାର ରାତି ପ୍ରାୟ ୧୧ଟା ସମୟରେ ଉତ୍ତରପ୍ରଦେଶର ମହାରାଣୀ ଲକ୍ଷ୍ମୀବାଇ ମେଡିକାଲ କଲେଜର ନବଜାତ କେୟାର୍ ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୧୦ ଜଣ ଶିଶୁଙ୍କର ମୃତ୍ୟୁ ଘଟିଥିବାବେଳେ ୪୪ ଜଣଙ୍କୁ ଉଦ୍ଧାର କରାଯଇ ଥିଲା। ସେମାନଙ୍କ ମଧ୍ୟରୁ ୧୬ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା। ପରବର୍ତ୍ତୀ ସମୟରେ ଅନ୍ୟ ଜଣେ ଶିଶୁର ମୃତ୍ୟୁ ଘଟିଛି।

Related Posts

ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

ବାମନାଳ:ବହୁ ଚର୍ଚ୍ଚିତ ବଳଙ୍ଗା ନାବାଳିକା ପୋଡ଼ି ମାରିବା ଉଦ୍ୟମ ଓ ଚିକିତ୍ସାଧୀନ ଅବସ୍ଥାରେ ରହସ୍ୟ ଜନକ ଭାବେ ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୭ତାରିଖରେ ବିଜେଡି ପକ୍ଷରୁ ୬ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ନିମନ୍ତେ ଏକ…

ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

Leave a Reply

Your email address will not be published. Required fields are marked *

You Missed

ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍