ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’

ନୂଆଦିଲ୍ଲୀ: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ବାର୍ଷିକ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ (ପିପିସି) ଆୟୋଜନ ହେବ । ପ୍ରଧାନମନ୍ତ୍ରୀ ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକ ଓ ଶିକ୍ଷକଶିକ୍ଷୟିତ୍ରୀଙ୍କ ସହ ସିଧାସଳଖ କଥା ହେବେ ।
ଏ ନେଇ ଜାରି ପ୍ରେସ୍‌ ବିଜ୍ଞପ୍ତି ମୁତାବକ,ଏ ବର୍ଷ ପରୀକ୍ଷା ପେ ଚର୍ଚ୍ଚା କାର୍ୟ୍ୟକ୍ରମ ପୂର୍ବ ରେକର୍ଡ ଭାଙ୍ଗିଦେବ । ଏଥିରେ ୫ କୋଟିରୁ ଅଧିକ ଛାତ୍ରଛାତ୍ରୀ, ଶିକ୍ଷକ, ଅଭିଭାବକ ସାମିଲ ହେବେ। ଏହି ଅଷ୍ଟମ ସଂସ୍କରଣରେ ଅଭିନେତା ବିକ୍ରାନ୍ତ ମାସି, ଅଭିନେତ୍ରୀ ଦୀପିକା ପାଦୁକୋନ ଓ ଭୂମି ପେଡନେକର ଯୋଗଦେବେ । ବକ୍ସିଂ ବିଶ୍ୱ ଚାମ୍ପିଅନ ଏମ୍‌ସି ମେରୀ କମ୍‌ ଓ ଆଧ୍ୟାତ୍ମିକ ଗୁରୁ ସଦ୍‌ଗୁରୁଙ୍କ ଭଳି ପ୍ରମୁଖ ବ୍ୟକ୍ତିବିଶେଷ ବି ଅଂଶଗ୍ରହଣ କରିବେ । ଉକ୍ତ କାର୍ୟ୍ୟକ୍ରମରେ ପରୀକ୍ଷା ସଂକ୍ରାନ୍ତ ପ୍ରସଙ୍ଗ, ପରାମର୍ଶ ଓ ଚାପ ଭଳି ଘଟଣାକୁ ନେଇ ଚର୍ଚ୍ଚା କରାଯାଏ । ଅଭିଭାବକ ଓ ଶିକ୍ଷକମାନଙ୍କର ମାର୍ଗଦର୍ଶନ କରାଯାଏ । ଏହି ଆପୋସ ଆଲୋଚନାମୂଳକ କାର୍ୟ୍ୟକ୍ରମ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅନୁଷ୍ଠିତ ହୋଇଥାଏ । କାର୍ୟ୍ୟକ୍ରମ ପରେ ସମସ୍ତ ପ୍ରତିଭାଗୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଏ ।

ଏ ବର୍ଷ ପରୀକ୍ଷା ପେ ଚର୍ଚ୍ଚା କାର୍ୟ୍ୟକ୍ରମ ପାଇଁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୩୬ ଛାତ୍ରଛାତ୍ରୀଙ୍କୁ ମନୋନୀତ କରାଯାଇଛି । ଏଥର ଖେଳ ଓ ଅନୁଶାସନ, ମାନସିକ ସ୍ୱାସ୍ଥ୍ୟ, ଖାଦ୍ୟପେୟ, ପ୍ରଯୁକ୍ତି ଓ ଅର୍ଥ, ସୃଜନଶୀଳତା ଓ ସକାରାତ୍ମକ ଚିନ୍ତାଧାରା, ମାନସିକ ଶାନ୍ତି, ସଫଳତା କାହାଣୀ ଭଳି ବିଷୟରେ ଚର୍ଚ୍ଚା ହେବ ।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ