ମୋଦୀଙ୍କୁ ହତ୍ୟା ଧମକ

ମେଲବୋର୍ଣ୍ଣ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୯ ତାରିଖରେ ଅଷ୍ଟ୍ରେଲିଆ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀ ମୋଦୀ ମେଲବୋର୍ଣ୍ଣରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ନିର୍ଦ୍ଧାରିତ ହୋଇଥିବା ବେଳେ ଏହା ପୂର୍ବରୁ ଅନ୍‌ଲାଇନରେ ଆସିଥିବା ଏକ ବାର୍ତ୍ତାରେ ମୋଦୀଙ୍କୁ ହତ୍ୟା କରିବାକୁ ଧମକ ଦିଆଯାଇଥିବା ଜଣାପଡ଼ିଛି। ଏହାକୁ ନେଇ ଅଷ୍ଟ୍ରେଲିଆର ଫେଡେରାଲ ପୁଲିସ ତଦନ୍ତ ଆରମ୍ଭ କରିଛି। ଅଷ୍ଟ୍ରେଲିଆ ପୁଲିସ ସାମାଜିକ ଗଣମାଧ୍ୟମରୁ ଧମକ ସମ୍ପର୍କିତ ଏକ ଆଇପି ଠିକଣା ପାଇଛି। ‘ମେଲବୋର୍ଣ୍ଣ ମିଟ୍ସ ମୋଦୀ’ କାର୍ଯ୍ୟକ୍ରମ ସମ୍ପର୍କରେ ସାମାଜିକ ଗଣମାଧ୍ୟମ ଜରିଆରେ ପ୍ରଚାର କରାଯାଉଥିବା ବେଳେ ସେଠାରେ ଏହି ଧମକପୂର୍ଣ୍ଣ ବାର୍ତ୍ତା ରହିଛି। ମେଲବୋର୍ଣ୍ଣର ମାର୍ଭଲ ଷ୍ଟାଡିୟମରେ ମୋଦୀଙ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବାବେଳେ ଅବୁ ମୁସ୍ତାଫା ନାମକ ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟରୁ ପୋଷ୍ଟ କରାଯାଇ ବାର୍ତ୍ତାରେ ଦର୍ଶାଯାଇଛି କାର୍ଯ୍ୟକ୍ରମ ସମୟରେ ଷ୍ଟାଡିୟମର ଛାତ ବନ୍ଦ ରଖ, ନଚେତ୍‌ ମୋଦୀଙ୍କ ଜୀବନ ପ୍ରତି ବିପଦ ରହିଛି। ‘ଅଷ୍ଟ୍ରେଲିଆ ଟୁଡେ’ ପକ୍ଷରୁ କୁହାଯାଇଛି ଯେ ଏହି ଧମକପୂର୍ଣ୍ଣ ପୋଷ୍ଟ ମିଳିବା ପରେ ତୁରନ୍ତ ଅଷ୍ଟ୍ରେଲିଆ ଫେଡେରାଲ ପୁଲିସକୁ ଅବଗତ କରାଯାଇଥିଲା।

  • Related Posts

    ମନ୍ଦିରରେ ଦଳାଚକଟା: ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

    ବିହାରର ଲକ୍ଷୀସରାଇ ଜିଲ୍ଲାସ୍ଥିତ ଅଶୋକ ଧାମ ମନ୍ଦିରରେ ସୋମବାର ଦଳାଚକଟାରେ ୭ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏକ ବିଦ୍ୟୁତ୍ ତାର ଛିଣ୍ଡିଯିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା…

    Continue reading
    ହୋଟେଲରେ ଅଗ୍ନିକାଣ୍ଡ, 7 ମୃତ

    କଲିକତା : ଆଜି ସକାଳୁ ପଶ୍ଚିମବଙ୍ଗ ବୀରଭୂମିର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ରାମପୁରହାଟ ମେଡିକାଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ