
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଡ଼ ଘୋଷଣା କରିବେ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବସିଛି । ବୈଠକରେ ଅନେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସଂକ୍ରାନ୍ତରେ ଆଲୋଚନା ଚାଲିଛି । ଆଲୋଚନା ପରେ ସରକାରଙ୍କ ପକ୍ଷରୁ କ୍ୟାବିନେଟ୍ ନିଷ୍ପତ୍ତି ସଂକ୍ରାନ୍ତରେ ଘୋଷଣା କରାଯିବ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କ୍ୟାବିନେଟ୍ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ଅନୁଗର୍ଗ ପ୍ରମୁଖ ଉପସ୍ଥିତ ଅଛନ୍ତି ।


