ଯୁଗଳ ସାମଲ ଭାରତୀୟ ଟେଷ୍ଟ ଦଳର ପ୍ରବନ୍ଧକ ନିଯୁକ୍ତ

କଟକ : ଆସନ୍ତା ୱେଷ୍ଟଇଣ୍ଡିଜ୍‌ ବିପକ୍ଷ ୨ମ୍ୟାଚ୍‌ ବିଶିଷ୍ଟ ଘରୋଇ ଟେଷ୍ଟ ସିରିଜ ପାଇଁ ଯୁଗଳ କିଶୋର ସାମଲ ଭାରତୀୟ ଦଳର ମ୍ୟାନେଜର ନିଯୁକ୍ତ ହୋଇଛନ୍ତି । ପ୍ରଥମ ଟେଷ୍ଟ ଆସନ୍ତା ଅକ୍ଟୋବର ୨ରୁ ୬ତାରିଖ ମଧ୍ୟରେ ଅହମ୍ମଦାବାଦ୍‌ରେ ଏବଂ ଦ୍ୱିତୀୟ ଟେଷ୍ଟ ଅକ୍ଟୋବର ୧୩ରୁ ୧୭ତାରିଖ ପର୍ୟ୍ୟନ୍ତ ଦିଲ୍ଲୀରେ ଖେଳାଯିବ । ଏଥିରେ ମ୍ୟାନେଜର ଭଳି ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇବେ ଶ୍ରୀ ସାମଲ ।

ପୂର୍ବରୁ ସେ ଓଡ଼ିଶା ରଣଜୀ ଦଳର ମ୍ୟାନେଜର ରହିବା ସହ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚରେ ବିସିସିଆଇ ପର୍ୟ୍ୟବେକ୍ଷକ ଭାବେ ମଧ୍ୟ କାର୍ୟ୍ୟ କରିଛନ୍ତି । ଶ୍ରୀ ସାମଲଙ୍କ ଏହି ସଫଳତା ପାଇଁ ଓଡ଼ିଶା କ୍ରିକେଟ ଆସୋସିଏସନ୍‌ର ସଭାପତି ପଙ୍କଜଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରାଙ୍କ ସମେତ ଅନ୍ୟ କାର୍ୟ୍ୟକର୍ତ୍ତା ମାନେ ଶୁଭେଚ୍ଛା ଜଣାଇଛନ୍ତି ।

  • Related Posts

    ବିଶ୍ବ ପାରା ତୀରନ୍ଦାଜୀ ସିରିଜ୍‌,ବିଶ୍ବ ଚମ୍ପିଆନ୍‌ଙ୍କୁ ହରାଇ ପାୟଲଙ୍କୁ ସ୍ବର୍ଣ୍ଣ

    ବଲାଙ୍ଗିର: ବ୍ୟାଙ୍ଗକକ୍‌ରେ ଚାଲିଥିବା ବିଶ୍ବ ପାରା ତୀରନ୍ଦାଜୀ ସିରିଜ୍‌ରେ କ୍ରମାଗତ ୨ୟ ଦିନ​‌ରେ ଦେଶ ପାଇଁ ୨ୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଆ ଝିଅ ପାୟଲ ନାଗ। ଶନିବାର ଫାଇନାଲରେ ୧୮ ବର୍ଷ ବୟସ୍କା ପାୟଲ ମହିଳା କମ୍ପାଉଣ୍ଡ ବ୍ୟକ୍ତିଗତ ବର୍ଗରେ…

    Continue reading
    ୱାର୍ଲ୍ଡ ଆଥେଲେଟିକ୍ସ ଚମ୍ପିଅନସିପ ୨୦୨୮; ଆୟୋଜନ ପାଇଁ ପ୍ରସ୍ତୁତ ଓଡି଼ଶା, କାଉଣ୍ଟଡାଉନ ଆରମ୍ଭ

    ଭୁବନେଶ୍ବର: ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆୟୋଜନ ହେବ ୱାର୍ଲ୍ଡ ଆଥେଲେଟିକ୍ସ ଚମ୍ପିଅନସିପ ୨୦୨୮ । ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତା ଆୟୋଜନ ପାଇଁ ଓଡିଶା ପ୍ରସ୍ତୁତ ରହିଛି । ଅନ୍ତର୍ଜାତୀୟ ପ୍ରତିଯୋଗିତା ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ