ଯୁବକଙ୍କ ହାତର ପାପୁଲି କାଟିଦେଲେ ଦୁର୍ବୃତ୍ତ

ଗଞ୍ଜାମ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରି ହାତର ପାପୁଲି କାଟିଦେଲେ ଦୁର୍ବୃତ୍ତ । ଗୁରୁତର ଯୁବକ ଜଣକ ହେଲେ ବଣ୍ଟି ପ୍ରଧାନ । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବ୍ରହ୍ମପୁର ବଡ ମେଡିକାଲ ଏବଂ ପରେ କଟକ ସ୍ଥାନାନ୍ତର କରାଯାଇଛି । ଗଞ୍ଜାମ ଜିଲ୍ଲା କବିସୂର୍ୟ୍ୟନଗର ଉସ୍ତାପଡାରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ପୂର୍ବ ଶତ୍ରୁତାକୁ ନେଇ କବିସୂର୍ୟ୍ୟନଗର ଉସ୍ତାପଡାରେ ବଣ୍ଟି ପ୍ରଧାନଙ୍କୁ କିଛି ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିଲେ । ଯୁବକଙ୍କୁ ଏକ ଖଣ୍ଡା ସାହାଯ୍ୟରେ ଆକ୍ରମଣ କରିଥିଲେ ଦୁର୍ବୃତ୍ତ। ଏଥିରେ ଯୁବକଙ୍କ ହାତରେ ଗଭୀର ଆଘାତ ଲାଗିଥିଲା । ଗୁରୁତର ଅବସ୍ଥାରେ ପରିବାର ଲୋକେ ବଣ୍ଟିକୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଏନେଇ ଥାନାରେ ଅଭିଯୋଗ ହୋଇନଥିଲେ ମଧ୍ୟ ଘଟଣା ବିଷୟରେ ଶୁଣିବା ପରେ କବିସୂର୍ୟ୍ୟନଗର ପୋଲିସ ଗାଁରେ ପହଞ୍ଚି ତଦନ୍ତ ଜାରି ରଖିଛି ।

  • Related Posts

    ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ

    ହିଞ୍ଜିଳିକାଟୁ: ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଖଣ୍ଡର ଛକରେ ଘଟିଛି ଅଭାବନୀୟ ଘଟଣା ଗୁରୁତର ଯୁବକ ହେଲେ ଉଦ୍ଧବ ପାଢୀ। ଉଦ୍ଧବ ରାସ୍ତାରେ ଯାଉଥିବା ବେଳେ ତାଙ୍କୁ ଜଣେ ବ୍ୟକ୍ତି ଲିଫ୍ଟ ମାଗିଥିଲେ।…

    Continue reading
    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ