କେନ୍ଦ୍ରାପଡା : କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇରେ ଘର ଭିତରେ ଯୁବତୀ ଜୀଅନ୍ତା ଜଳିଯିବା ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ। ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଏଏସ୍ଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି କରାଯାଇଛି। କେନ୍ଦ୍ରାପଡା ଏସ୍ପି ଏଏସଆଇଙ୍କୁ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ ବଦଳି କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ବଦଳି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ ବଡ ଅଘଟଣ ଘଟିଥିଲା। ଜଣେ ଯୁବତୀ ଘର ଭିତରେ ଜୀଅନ୍ତା ଜଳି ଯାଇଥିଲେ। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି ନାହିଁ । କେହି ଜଣେ ତାଙ୍କୁ ବ୍ଲାକ୍ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି । ମିଳିଥିବା ପ୍ରାଥମିକ ସୂଚନାନୁଯାୟୀ, ଯୁବତୀ ଜଣକ କିରୋସିନି ଢାଳି ହୋଇ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଛି ।
ବିଶ୍ୱ ଜଳବାୟୁ ଦିବସ ଅବସରରେ ରାଇକିଆରେ ସ୍ୱତନ୍ତ୍ର ପଲ୍ଲିସଭା
“ସ୍ୱଚ୍ଛ ରାଇକିଆ, ସବୁଜ ରାଇକିଆ” ଗଠନ ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ରାଇକିଆ: ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ରାଇକିଆ ପଞ୍ଚାୟତ ପକ୍ଷରୁ ପଞ୍ଚାୟତ ଗୃହ ପରିସରରେ ଏକ ସ୍ୱତନ୍ତ୍ର ପଲ୍ଲିସଭା ଆୟୋଜିତ ହୋଇଥିଲା। ବଦଳୁଥିବା ଜଳବାୟୁ ପରିସ୍ଥିତି, ପରିବେଶ…


