ଯେଉଁମାନେ ରଥଯାତ୍ରାକୁ ନେଇ ରାଜନୀତି କରୁଛନ୍ତି, ସେମାନଙ୍କୁ ଭଗବାନ ଦଣ୍ଡିତ କରିବେ:ଆଇନ ମନ୍ତ୍ରୀ

ଭୁବନେଶ୍ୱର: ରଥଯାତ୍ରା ପ୍ରସଙ୍ଗରେ ବିରୋଧୀଙ୍କ ଅଭିଯୋଗକୁ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କାଉଣ୍ଟର କରିଛନ୍ତି। ଯେଉଁମାନେ ଅକର୍ମା ଲୋକ ବୋଲି ନିଜକୁ ପ୍ରମାଣିତ କରିସାରିଛନ୍ତି, ସେମାନେ ଅଧିକ କଥା କହୁଛନ୍ତି। ବିରୋଧୀ ଦଳ ନିଜ ଶାସନ ସମୟରେ ଅତୀତରେ କେମିତି ରଥଯାତ୍ରା ପରିଚାଳନା କରୁଥିଲେ ତାହା ଓଡ଼ିଶାବାସୀ ଜାଣିଛନ୍ତି ।
ତାଙ୍କ ସମୟରେ କ’ଣ ଘଟଣା ଘଟୁଥିଲା ସମସ୍ତେ ଦେଖିଛନ୍ତି। ଏ ବାବଦରେ ବେଶି କିଛି କହିବାର ନାହିଁ। ରଥଯାତ୍ରାକୁ ନେଇ କୌଣସି ରାଜନୈତିକ ସମାଲୋଚନା କିମ୍ବା ରାଜନୀତି ବାତାବରଣ ସୃଷ୍ଟି କରିବାକୁ ଆମେ ଚାହୁଁନାହୁଁ। ଯେଉଁମାନେ ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ରାଜନୀତି କରୁଛନ୍ତି, ସେମାନଙ୍କୁ ଭଗବାନ ଦଣ୍ଡିତ କରିବେ। ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ହେଉ। ଜଗନ୍ନାଥଙ୍କ ଆଶୀର୍ବାଦରେ ହିଁ ରଥଯାତ୍ରାର ସମ୍ପୂର୍ଣ୍ଣ ପ୍ରକ୍ରିୟା ଭଲରେ ଭଲରେ ଶେଷ ହେବ।

ଲୋକଙ୍କ ପାଇଁ ଯାହା ଆବଶ୍ୟକ ସବୁ ବ୍ୟବସ୍ଥା କରାଯାଇଛି। ମଙ୍ଗଳବାର ମଧ୍ୟ ମୁଖ୍ୟମନ୍ତ୍ରୀ ସମସ୍ତ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ସେବାୟତମାନଙ୍କ ସହ ମଧ୍ୟ ଭେଟି ଆଲୋଚନା ହୋଇଛି। ତେଣୁ କୌଣସି ସମସ୍ୟା ହେବ ନାହିଁ ବୋଲି ବିଶ୍ୱାସ ଅଛି ବୋଲି ଆଇନ ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ