ରଗବୀ ଚାମ୍ପିଅନସିପ୍‌: କଳିଙ୍ଗ ଷ୍ଟାଡିୟମରେ ୧୪ଟି ରାଜ୍ୟରୁ ୩୦୦ରୁ ଅଧିକ ଖେଳାଳୀ

ଭୁବନେଶ୍ୱର :ଓଡ଼ିଶାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ରଗବୀ ଚାମ୍ପିଅନସିପ୍‌ ୨୦୨୫-୨୬ ରେ ଆଜି ଠାରୁ ୧୪ ବର୍ଷରୁ କମ୍ ବାଳକ ଓ ବାଳିକା ବର୍ଗର ପ୍ରତିଯୋଗିତା ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି । ଏହି ଚାମ୍ପିଅନସିପ୍‌ରେ ଦେଶର ୧୪ଟି ରାଜ୍ୟରୁ ୩୦୦ରୁ ଅଧିକ ଛାତ୍ରଛାତ୍ରୀ ଉଭୟ ବାଳକ ଓ ବାଳିକା ବର୍ଗର ଅଂଶଗ୍ରହଣ କରିଛନ୍ତି ।

ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଡ଼ା. ଏନ୍. ତିରୁମାଲା ନାୟକ କାର୍ଯକ୍ରମରେ ଉପସ୍ଥିତ ରହି ଯୁବ ଖେଳାଳୀମାନଙ୍କୁ ସ୍ୱାଗତ କରିଥିଲେ । ସେ ଖେଳାଳୀମାନଙ୍କ ସହ ଆଲୋଚନା କରି ସେମାନଙ୍କୁ ଉତ୍ତମ ପ୍ରଦର୍ଶନ କରିବାକୁ ଶୁଭକାମନା ଜଣାଇବା ସହ ଖେଳୁଆଡ ମନୋଭାବ ନେଇ ଖେଳିବାକୁ ଅନୁପ୍ରେରିତ କରିଥିଲେ । ସେ ଯୁବ ଖେଳାଳୀମାନଙ୍କର ଉତ୍ସାହ ଓ ନିଷ୍ଠାକୁ ପ୍ରଶଂସା କରିବା ସହ ଏପରି ଚାମ୍ପିଅନସିପ୍‌ ମାଧ୍ୟମରେ ତୃଣମୂଳସ୍ତରରେ ଖେଳକୁ ପହଞ୍ଚାଯାଇପାରିବ ବୋଲି ମତ ପ୍ରକାଶ କରିଥିଲେ ।

ଏହି ଅବସରରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ବିରେନ୍ଦ୍ର କରକରା ଓ ସହକାରୀ ନିର୍ଦ୍ଦେଶକ (ପି.ଇ.ଟି) ଶ୍ରୀ ଜ୍ୟୋତି ପ୍ରସାଦ ପରିଡା ମଧ୍ୟ ଉପସ୍ଥିତ ଥିଲେ । ସେମାନେ ଖେଳାଳୀମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ