ରଥ କାଠ ପାଇଁ ସୃଷ୍ଟି ହେବ “ରଥ ବାଟିକା” : ପ୍ରଭାତୀ ପରିଡା

ଭୁବନେଶ୍ୱର: ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନିମାପଡା ଓ ଗୋପ ଅଞ୍ଚଳ ଗସ୍ତ କରି ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି। ପ୍ରଥମେ ନିମାପଡାସ୍ଥିତ ଆଦର୍ଶ ବିଦ୍ୟାଳୟ ହଂସପଡା ଠାରେ ଆୟୋଜିତ ବନ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ “ଏକ ପେଡ ମା କେ ନାମ” ଅଭିଯାନରେ ମା’ ଙ୍କ ନାମ ରେ ଏକ ଗଛ ଲଗେଇବା ପାଇଁ ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି । ରଥ କାଠର ଆବଶ୍ୟକତାକୁ ପୂରଣ କରିବା ପାଇଁ ପୁରୀ ଜିଲ୍ଲାର ପ୍ରତ୍ୟେକ ପଞ୍ଚାୟତରେ ଏକ “ରଥ ବାଟିକା” ସୃଷ୍ଟି କରିବା ପାଇଁ ଜଙ୍ଗଲ ଅଧିକାରୀମାନଙ୍କୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ନିର୍ଦ୍ଦେଶ ଦେଇଛନ୍ତି। ଏହି କାର୍ୟ୍ୟକ୍ରମରେ ଜିଲ୍ଲା ଜଙ୍ଗଲ ଅଧିକାରୀ, ସହକାରୀ ବନ ସଂରକ୍ଷକ ଓ ନିମାପଡା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଓ ଚଅଁର ପଦା ସରପଞ୍ଚ ଯୋଗ ଦେଇଥିଲେ। ଏହି କାର୍ୟ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ନିଜେ ବୃକ୍ଷରୋପଣ କରିବା ସହିତ ଏକକାଳୀନ ୧୨୦ ଜଣ ମହିଳାମାନଙ୍କ ଦ୍ୱାରା ଏକକାଳୀନ ଵୃକ୍ଷ ରୋପଣ କରିଥିଲେ। ଏହି ଅବସରରେ ପିଲାମାନଙ୍କୁ ନିଜ ମାଆ ପାଇଁ ଗୋଟିଏ ଗଛ ରୋପଣ କରିବାକୁ ଆହ୍ୱାନ ଦେଇଥିଲେ କରିଥିଲେ।
ଏହା ପରେ ଗୋପତହସିଲ ଦ୍ୱାରା ଆୟୋଜିତ ପଟ୍ଟା ବଣ୍ଟନ କାର୍ୟ୍ୟକ୍ରମରେ ମାନନୀୟା ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଯୋଗ ଦେଇ ୧୧୨ ଜଣଙ୍କୁ ପ୍ରଜାଖାନା ସଂଶୋଧିତ ପଟ୍ଟା ଓ ୧୭ଟି ଶିକ୍ଷା ଅନୁଷ୍ଠାନକୁ ଆନୁଷ୍ଠାନିକ ପଟ୍ଟା ବଣ୍ଟନ କରିଥିଲେ।
ଏହି କାର୍ୟ୍ୟକ୍ରମରେ ପୁରୀ ଜିଲ୍ଲାର ଉପ ଜିଲ୍ଲାପାଳଙ୍କ ସମେତ ଗୋପ ବିଡ଼ିଓ ଓ ତହସିଲଦାର, ଜିଲ୍ଲା ପରିଷଦ ସଭ୍ୟ ପ୍ରମୋଦ କୁମାର ରାୟ, ବ୍ଲକ ଉପାଧ୍ୟାକ୍ଷ ବନ ରଂଜନ ପଟ୍ଟନାୟକ, ସାଂସଦ ପ୍ରତିନିଧି ସୁଶାନ୍ତ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ଭୁବନେଶ୍ୱର: ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହାର ମାମଲାର ଶୁଣାଣି ଆଜି ଟ୍ରିବୁ୍ୟନାଲରେ ହେବାକୁ ଥିବାବେଳେ ତାହା ଏବେ ଆସନ୍ତା ସେପ୍ଟେମ୍ବର ୬ ତାରିଖକୁ ଘୁଞ୍ଚିଛି । ଉଭୟ…

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଭୁବନେଶ୍ୱର: ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏଣିକି ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକଭାବେ ନିଯୁକ୍ତି ପ୍ରଦାନ କରାଯିବ । ତେବେ ଶହେ କି ଦୁଇ ଶହ ନୁହେଁ ରାଜ୍ୟରେ ଅବସର…

    Leave a Reply

    Your email address will not be published. Required fields are marked *

    You Missed

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ  କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଏନକାଉଣ୍ଟର, ଆତଙ୍କୀ ନିପାତ

    ଏନକାଉଣ୍ଟର, ଆତଙ୍କୀ ନିପାତ

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’