ରଥଯାତ୍ରା ଡ୍ୟୁଟି ପାଇଁ ମୁତୟନ ହେବେ ୧୨ ହଜାର ପୁଲିସ, ୨୫୦ ପ୍ଲାଟୁନ୍‌ ଫୋର୍ସ

ପୁରୀ,: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ୨୦୨୬ ପାଇଁ ଶେଷ ସମନ୍ୱୟ କମିଟି ବୈଠକ ଶେଷ। ଆଉ ୯ ଦିନ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ । ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଲାଗି ପୁଲିସ ତରଫରୁ ବ୍ୟବସ୍ଥାର କରାଯାଇଛି ଏନେଇ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଯୋଗେଶ ବାହାଦୂର ଖୁରାନିଆ ସୂଚନା ଦେଇଛନ୍ତି।

ଏହି ଅବସରରେ ଡିଜିପି ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ, ରଥଯାତ୍ରା ଲାଗି ପୁଲିସ ତରଫରୁ ବ୍ୟାପକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଯାତ୍ରାରେ ଲକ୍ଷାଧିକ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ । ଶ୍ରଦ୍ଧାଳୁ କିଭଳି ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ଦର୍ଶନ କରି ଫେରିବେ ତାହା ପୁଲିସର ମୁଖ୍ୟ ଦାୟିତ୍ୱ । ଏହି ସମୟରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ସହ ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ ପରିଚାଳନା ଓ ରଥଟଣା ଗୁରୁତ୍ୱପୂର୍ଣ୍ଣ । ସେଥିଲାଗି ଚଳିତବର୍ଷ ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ସୋମେନ୍ଦ୍ର ପ୍ରିୟଦର୍ଶୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରଥଯାତ୍ରା ପରିଚାଳନା କରାଯାଉଛି । ରଥଯାତ୍ରାକୁ ଅଘଟଣମୁକ୍ତ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ଶ୍ରୀମନ୍ଦିର ଭିତରେ ଓ ତିନି ରଥର ସୁରକ୍ଷାକୁ ଗୁରୁତ୍ବ ଦିଆଯିବ। ରଥଟଣା ଓ ବଡ଼ଦାଣ୍ଡରେ ଭକ୍ତଙ୍କ ସୁରକ୍ଷାକୁ ପୁଲିସ ବିଭାଗର ଫୋକସରେ ରହିବ। ସମୁଦ୍ର ତଟ, ରେଳ ଷ୍ଟେସନ୍ ସୁରକ୍ଷାକୁ ପ୍ରାଥମିକତା ଦିଆଯିବ। ଟେକ୍ନୋଲୋଜି ବ୍ୟବହାର କରାଯାଇ ରଥଯାତ୍ରାକୁ ପରିଚାଳନା କରାଯିବ। ରଥଯାତ୍ରା ସମୟରେ ପୁରୀ ସହର ସିସିଟିଭି ନଜରରେ ରହିବ ।

ଏଥର ରଥଯାତ୍ରା ଡ୍ୟୁଟି ପାଇଁ ପ୍ରାୟ ୧୨ ହଜାର ପୁଲିସ କର୍ମଚାରୀ, ୧୯ ବରିଷ୍ଠ ଆଇପିଏସ୍ ଅଧିକାରୀ ,ଟ୍ରାଫିକ କନ୍‌ଷ୍ଟେବଲ୍ ଓ ୧୦ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ (ସିଏପିଏଫ୍), ସିଆର୍ପିଏଫ ଏବଂ ବିଏସ୍ଏଫ ମୁତୟନ ରହିବେ । ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ୨୫୦ ପ୍ଲାଟୁନ ଓଏସ୍ଏପି, ଆଇଆର୍ବିଏନ୍, ଏଆର୍ପି ଏବଂ ଟ୍ରାଫିକ ଫୋର୍ସ ମୁତୟନ କରାଯିବ । ସହରର ବିଭିନ୍ନ ସ୍ଥାନରେ ୩ ହଜାର ହୋମଗାର୍ଡଙ୍କୁ ମୁତୟନ କରାଯିବ । ଏମାନେ ଭିଡ଼ ନିୟନ୍ତ୍ରଣ ସହ ଟ୍ରାଫିକ ଓ ପାର୍କିଂରେ ପୁଲିସକୁ ସହଯୋଗ କରିବେ ।

ଅନ୍ୟପକ୍ଷରେ ରଥଯାତ୍ରା ସମୟରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନେ ପୁଲିସ ତରଫରୁ ସୋସିଆଲ ମିଡିଆ ଓ ହ୍ୱାଟ୍ସ୍ଆପ୍ ପ୍ଲାଟଫର୍ମରେ ଜାରି ହେଉଥିବା ଟ୍ରାଫିକ କଟକଣାକୁ ଅନୁସରଣ କରିବାକୁ ଡିଜିପି ଅନୁରୋଧ କରିଛନ୍ତି । ବର୍ଷା ହେଲେ ମଧ୍ୟ କିଭଳି ଟ୍ରାଫିକ ପରିଚାଳନା କରାଯିବ ତାହାର ବ୍ୟବସ୍ଥା କରାଯାଇଛି । ରଥଯାତ୍ରା ଲାଗି ଓଡ଼ିଶା ପୁଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି । ସମସ୍ତଙ୍କ ସହଯୋଗରେ ରଥଯାତ୍ରାକୁ ସଫଳ କରିବା ଲାଗି ଆହ୍ୱାନ ଦେଇଛନ୍ତି ଡିଜିପି ।

  • Related Posts

    ratna bhander puri ୩୧ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

    ପୁରୀ: ଆସନ୍ତା ଅଗଷ୍ଟ ୩୧ ତାରିଖ ଓ ସେପ୍ଟେମ୍ବର ୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ଗଣତି ମଣତି କରାଯିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏହି ଗଣତି ମଣତି କରାଯିବ।…

    Continue reading
    low pressur rain ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

    ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଗତକାଲି ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ, ଆଜି ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳ ଉପରେ ବାୟୁମଣ୍ଡଳର ୫.୮…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ