ରଥଯାତ୍ରା ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ ହେବ । ପାରମ୍ପରିକ ଲୋକକଳା ପ୍ରଦର୍ଶନ କରାଯିବ। ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକ ସଂଖ୍ୟକ ଜଗନ୍ନାଥ ପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ବିଭାଗ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି।

ପୁରୀର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଆସନ୍ତା ରଥଯାତ୍ରା ପାଇଁ ବିଭାଗ ପକ୍ଷରୁ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା । ନିର୍ଦ୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ ଉପସ୍ଥିତ ଥିଲେ। ବୈଷୟିକ ନିର୍ଦ୍ଦେଶକ ଗୁରବୀର ସିଂହ ଏବଂ ଯୁଗ୍ମ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ ଗତ ବର୍ଷ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ଏବଂ ଚଳିତ ବର୍ଷର ଯୋଜନା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ।

ପୂର୍ବ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଆବଶ୍ୟକତା ଅନୁଯାୟୀ ପୁରୀର ବିଭିନ୍ନ ସ୍ଥାନରେ ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ନିର୍ଦ୍ଦେଶ ଦେଇଛନ୍ତି ।ସହରର ପ୍ରମୁଖ ସ୍ଥାନ ଯଥା, ସିଂହଦ୍ୱାର, ବଳଗଣ୍ଡି, ବଡ଼ଶଙ୍ଖ, ଜଗନ୍ନାଥ ବଲ୍ଲଭ ମଠ, ଦିଗବାରେଣୀ, ଗୁଣ୍ଡିଚାବାଡ଼ି, ମାଳତିପାଟପୁର, ସୁଭାଷବୋଷ ଛକ, ପାନ୍ଥଭବନ, ତାଳବଣିଆ, ରେଳ ଷ୍ଟେସନ,ଶ୍ରୀଦାଣ୍ଡ , ମାଟିଆପଡା ଛକ, ଅଠରନଳା ଏବଂ ଜଗନ୍ନାଥ ବଲ୍ଲଭ ପାର୍କିଂ ସ୍ଥଳଠାରେ ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ପାଇଁ ଉଭୟ ସ୍ଥାନୀୟ ଏବଂ ଜାତୀୟ ବୈଦ୍ୟୁତିକ ଗଣମାଧ୍ୟମରେ ରଥଯାତ୍ରାର ସିଧା ପ୍ରସାରଣ, ଲାଇଭ କମନ ଫିଡ୍ ବ୍ୟବସ୍ଥା ନେଇ ଆଲୋଚନା କରାଯାଇଥିଲା।

ପୁରୀର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ସହଯୋଗରେ ସୂଚନା କେନ୍ଦ୍ରଗୁଡ଼ିକରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ପାଲା, ଦାସକାଠିଆ, ଘୋଡାନାଚ ଭଳି ପାରମ୍ପରିକ ଲୋକକଳାର ପ୍ରଦର୍ଶନ ସହ ପ୍ରତ୍ୟହ ସନ୍ଧ୍ୟାରେ ଗୁଣ୍ଡିଚା ମନ୍ଦିର ମୁକ୍ତାକାଶ ରଙ୍ଗମଞ୍ଚରେ ପ୍ରସିଦ୍ଧ କଣ୍ଠଶିଳ୍ପୀମାନଙ୍କ ଦ୍ୱାରା ଭଜନ ପରିବେଷଣ କରାଯିବ । ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ରଥଯାତ୍ରା ବିଶେଷାଙ୍କ ତଥା ଜଗନ୍ନାଥ ଜଣାଣ ପ୍ରକାଶନ କରାଯାଇ ବିକ୍ରୟ କରାଯିବ । ଟେଲିଭିଜନ ଓ ଫଟୋ କଭରେଜ, ରେଡ଼ିଓ ଜିଙ୍ଗଲ ଏବଂ ବିଜ୍ଞାପନ ପ୍ରସାରଣ ବ୍ୟବସ୍ଥା ସହିତ କଟକ-ପୁରୀ ଜାତୀୟ ରାଜପଥର ନିର୍ଦ୍ଧାରିତ ସ୍ଥାନମାନଙ୍କରେ ରଥଯାତ୍ରା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ତଥା ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କିତ ବିବରଣୀ ହୋର୍ଡିଂ ମାଧ୍ୟମରେ ପ୍ରଦର୍ଶିତ ହେବ । ଖବରକାଗଜରେ ବିଜ୍ଞାପନ ଏବଂ ସାମାଜିକ ଗଣମାଧ୍ୟମରେ ବ୍ୟାପକ ପ୍ରଚାର ପ୍ରସାର ପାଇଁ ପଦକ୍ଷେପ ନେବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବୈଠକରେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ।

ଭକ୍ତମାନଙ୍କ ନିକଟରେ ବିଭିନ୍ନ ଆବଶ୍ୟକୀୟ ଜରୁରୀ ସୂଚନା ତତକ୍ଷଣାତ ପହଂଚାଇବା ପାଇଁ ପୁରୀ ସହର ସମେତ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପାର୍ଶ୍ଵରେ ଏଲଇଡି ସ୍କ୍ରିନ/ଡିସପ୍ଲେ ସ୍ଥାପନ ଓ ପରିଚାଳନା ନିମନ୍ତେ ପ୍ରଥମ ଥର ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଶେଷ ପଦକ୍ଷେପ ଗ୍ରହଣ କରାଯାଇଛି। ରଥଯାତ୍ରା ଅବସରରେ ରାଜ୍ୟସ୍ତରୀୟ ଗଣମାଧ୍ୟମ ପ୍ରତିନିଧିଙ୍କ ପୁରୀ ଗସ୍ତ ପାଇଁ ବିଭାଗ ତରଫରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ସେହିପରି ବିଭିନ୍ନ ଜିଲ୍ଲାରେ ଅନୁଷ୍ଠିତ ହେଉଥିବା ରଥଯାତ୍ରାରେ ସୂଚନା କେନ୍ଦ୍ର ଖୋଲିବା ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା । ସମସ୍ତ କାର୍ଯ୍ୟକୁ ସୁବ୍ୟବସ୍ଥିତ ଢଙ୍ଗରେ ସମ୍ପାଦନ କରି ଏହାକୁ ସଫଳ କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ବୈଠକରେ ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ବେହୁରିଆ, ଅତିରିକ୍ତ ନିର୍ଦ୍ଦେଶକ ସ୍ମିତା କର, ଉପନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ପୁରୀ ସନ୍ତୋଷ କୁମାର ସେଠୀଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ