ରଥଯାତ୍ରାରୁ ନୀଳାଦ୍ରିବିଜେ ମଧ୍ୟରେ ଶେଷ ହେବ ରତ୍ନଭଣ୍ଡାର ମରାମତି କାର୍ୟ୍ୟ: ମନ୍ତ୍ରୀ

ଭୁବନେଶ୍ବର : ରଥଯାତ୍ରାରୁ ନୀଳାଦ୍ରିବିଜେ ମଧ୍ୟରେ ଶେଷ ହେବ ରତ୍ନଭଣ୍ଡାର ମରାମତି କାର୍ୟ୍ୟ । ଏଭଳି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଏଏସଆଇ ଡ଼ିଜି ଏବଂ ତାଙ୍କ ଟିମ୍ ଆସି ଜଗନ୍ନାଥ ମନ୍ଦିରର ମରାମତି କାମର ସମୀକ୍ଷା କରିଛନ୍ତି । ଏହାସହ ରତ୍ନଭଣ୍ଡାର କାମର ସମୀକ୍ଷା କରିଛନ୍ତି । ରଥଯାତ୍ରା ସମୟରେ ଗର୍ଭ ଗୃହରେ ଯେଉଁ ଯେଉଁ ମରାମତି କାମ ହୁଏ ସେନେଇ ସମୀକ୍ଷା ହୋଇଛି । ମନ୍ଦିର ଢାଞ୍ଚାରେ କୌଣସି ପରିବର୍ତ୍ତନ ନକରି ପବିତ୍ର ପୀଠର ସଂରକ୍ଷଣ ବାବଦରେ ଆଲୋଚନା ହୋଇଛି । ମନ୍ଦିରର ଆବଶ୍ୟକତା ଦୃଷ୍ଟି କୋଣରୁ ମନ୍ଦିର ପ୍ରଶାସକ ଏଏସ୍‌ଆଇ ଡିଜିଙ୍କୁ ଅବଗତ କରାଇଛନ୍ତି । ମନ୍ଦିରର ସଂରକ୍ଷଣ ପାଇଁ ଯେଉଁସବୁ ଜ୍ଞାନ କୌଶଳର ଆବଶ୍ୟକତା ରହିଛି ସେ ନେଇ ଆଲୋଚନା ହୋଇଛି ।

ରତ୍ନଭଣ୍ଡାର ମରାମତି ବନ୍ଦ ଅଛି । ଠାକୁରଙ୍କ ଚାପ ଖେଳ ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ଅଛି । ଠାକୁରଙ୍କ ନୀତିକାନ୍ତି ଉପରେ ଗୁରୁତ୍ୱ ଦିଆଯାଉଛି । ଠାକୁର ରଥକୁ ଆସିଲେ ମରାମତି କାମ ଆରମ୍ଭ ହେବ ଏବଂ ନୀଳାଦ୍ରି ବିଜେ ଭିତରେ ମରାମତି କାମ ଶେଷ କରିବାକୁ ଲକ୍ଷ୍ୟ ଧାର୍ୟ୍ୟ କରାଯାଇଛି ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ