ରବି କିଷନଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନକୁ ଆଉ କିଛି ଦିନ ବାକି ଥିବାବେଳେ ଶନିବାର ଭୋଜପୁରୀ ଅଭିନେତା ତଥା ବିଜେପି ସାଂସଦ ରବି କିଷନଙ୍କୁ ହତ୍ୟା ଧମକ ମିଳିଥିବା ଜଣାପଡିଛି। ରବି ନିକଟରେ ବିହାରକୁ ନିର୍ବାଚନ ପ୍ରଚାର କାର୍ୟ୍ୟରେ ଯାଇ ଫେରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ରାତିରେ ଅଜଣା ବ୍ୟକ୍ତି ତାଙ୍କୁ ଓ ପରିବାର ପ୍ରତି ଫୋନରେ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିଥିବାବେଳେ ହତ୍ୟା କରିବାକୁ ମଧ୍ୟ ଧମକ ଦେଇଛନ୍ତି। ରବି ଏହି ଘଟଣାକୁ ନେଇ ଉତ୍ତର ପ୍ରଦେଶର ଗୋରଖପୁର ଥାନାରେ ଏକ ଏତଲା ଦାଏର କରିଛନ୍ତି। ଅଭିଯୁକ୍ତ କେବଳ ରବିଙ୍କୁ ନୁହେଁ, ପ୍ରଭୁ ଶ୍ରୀରାମଙ୍କୁ ମଧ୍ୟ ଗାଳି ଦେଇଥିବା ନେଇ ଏତଲାରେ ଉଲ୍ଲେଖ କରାଯାଇଛି। ରବି ୨୦୧୪ରୁ ଗୋରଖପୁର ଆସନରୁ ବିଜେପି ପ୍ରାର୍ଥୀଭାବେ ଲୋକସଭାକୁ ପ୍ରତିନିଧିତ୍ବ କରିଆସୁଛନ୍ତି।

  • Related Posts

    ମୁଁ ନିର୍ବାଚନରେ ​​ ଲଢ଼ିବାକୁ ଚାହୁଁ ନାହିଁ: କେ ଆନ୍ନାମଲାଇ

    ଚେନ୍ନାଇ: ଭାରତୀୟ ଜନତା ପାର୍ଟି ପକ୍ଷରୁ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ପୂର୍ଣ୍ଣାଙ୍ଗ ତାଲିକା ପ୍ରକାଶ କରାଯାଇଥିଲା। ତାଲିକାରେ କେ ଆନ୍ନାମଲାଇଙ୍କ ନାମ ନଥିଲା। ଏନେଇ ଆନ୍ନାମଲାଇ ନୀରବତା ଭାଙ୍ଗିଛନ୍ତି। ସେ ଶନିବାର ସ୍ପଷ୍ଟ କରିଛନ୍ତି, ତାମିଲନାଡୁରେ…

    Continue reading
    କୂଅକୁ କାର୍ ଖସି ୯ ମୃତ

    ମୁମ୍ବାଇ : ମହାରାଷ୍ଟ୍ରର ନାସିକ୍ ଜିଲ୍ଲାର ଡିଣ୍ଡୋରିରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି। ଡିଣ୍ଡୋରିର ଶିବାଜୀ ନଗର ଅଞ୍ଚଳରେ ଏକ ମାରୁତି କାର କୂଅ ଭିତରକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ କାରରେ ଥିବା ଗୋଟିଏ ପରିବାରର ନଅ ଜଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ