ରାଇକିଆ ନିୟୁଜ ନିଶାମୁକ୍ତ ଯୁବପିଢ଼ି ପାଇଁ ‘ମୋ ସ୍ୱାସ୍ଥ୍ୟ, ମୋ ଗର୍ବ’

ରାଇକିଆ:ରାଇକିଆ ସ୍ଥିତ ସୁଧାକିରଣ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବପିଢ଼ି ଗଠନ ଲକ୍ଷ୍ୟରେ ‘ମୋ ସ୍ୱାସ୍ଥ୍ୟ, ମୋ ଗର୍ବ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଯୁବପିଢ଼ି ନିଶାଠାରୁ ଦୂରେଇ ସୁସ୍ଥ ଓ ସୁଦୃଢ଼ ଜୀବନ ଆପଣାଇବା ଉପରେ ଗୁରୁତ୍ୱ ଦିଆଯାଇଥିଲା।ସକାଳ ୯ଟାରୁ ଛାତ୍ରୀଛାତ୍ରଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ହୋଇଥିଲା। ହିମୋଗ୍ଲୋବିନ, ରକ୍ତଚାପ, ଉଚ୍ଚତା, ଓଜନ ସହ ବିଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟା ଯାଞ୍ଚ କରାଯାଇଥିଲା। ରାଇକିଆ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର କୋଲଳ ପ୍ରକାଶ ପ୍ରଧାନ, ଫାର୍ମାସିଷ୍ଟ ହର୍ଜିତ ପାଲ ଓ ନର୍ସ ଦୀପ୍ତିମୟୀ ସେଠୀ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଏଥିରେ ୨୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରାଯାଇଥିଲା।ପୂର୍ବାହ୍ନ ୧୨ଟା ୩୦ରୁ ପୁଷ୍ଟିକର ଖାଦ୍ୟ ଓ ସୁସ୍ଥ ଜୀବନଶୈଳୀ ସମ୍ପର୍କିତ ଆଲୋଚନାଚକ୍ର ହୋଇଥିଲା। ଡାକ୍ତର ଶ୍ରୀକାନ୍ତ ବିଶ୍ୱାଳ ନିଶା ସେବନର କୁପ୍ରଭାବ ସମ୍ପର୍କରେ ଆଲୋକପାତ କରିଥିଲେ। ‘ସ୍ୱାତୀ’ର ସଂଯୋଜକ ଗିରିଶ ଚନ୍ଦ୍ର ସାମଲ ପାରମ୍ପରିକ ଓ ପୁଷ୍ଟିକର ଖାଦ୍ୟର ଗୁରୁତ୍ୱ ଏବଂ ଜଙ୍କ୍‌ଫୁଡ୍‌ର କୁପ୍ରଭାବ ସମ୍ପର୍କରେ କହିଥିଲେ। ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶିବରାମ ପ୍ରଧାନ ଶାରୀରିକ, ମାନସିକ ଓ ସାମାଜିକ ଭାବେ ସୁସ୍ଥ ରହିବାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ।
ଆଲୋଚନାଚକ୍ରରେ ୨୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଯୋଗଦେଇଥିଲେ। ଯୁକ୍ତଦୁଇ ଅଧ୍ୟକ୍ଷ ଡ଼ଃ ଶ୍ୟାମସୁନ୍ଦର ଡାଙ୍ଗୁଆ, ଅଧ୍ୟାପକ ଆଲୋକ ପରିଚ୍ଛା ଓ ଧର୍ମେନ୍ଦ୍ର ଦିଗାଲ ମଞ୍ଚାସୀନ ଥିଲେ। ଅଧ୍ୟାପକ ବିଭୂଷଣ ପ୍ରଧାନ ଓ ଅଧ୍ୟାପିକା ରାଜଲକ୍ଷ୍ମୀ ଦୋରା ସହଯୋଗ କରିଥିଲେ। ଏନ୍‌ଏସ୍‌ଏସ୍‌ ପ୍ରୋଗ୍ରାମ ଅଫିସର ନିଳାଞ୍ଚଳ ସାହୁ ଓ ସ୍ୱେଚ୍ଛାସେବୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅଧ୍ୟାପକ ଡ଼ଃ ସନ୍ତୋଷ ନାୟକଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ