ରାଇକିଆ ସରସ୍ୱତୀ ଶିଶୁ ମନ୍ଦିରରେ ମାତୃ କର୍ମଶାଳା

ଶିଶୁର ସର୍ବାଙ୍ଗୀଣ ବିକାଶରେ ମାଆର ଭୂମିକା ଗୁରୁତ୍ୱପୂର୍ଣ୍ଣ

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ମାତୃ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟା ସବିତା ମିଶ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କର୍ମଶାଳାରେ ଶିଶୁଙ୍କ ବୌଦ୍ଧିକ, ମାନସିକ ଓ ନୈତିକ ବିକାଶରେ ମାଆଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରାଯାଇଥିଲା।କାର୍ଯ୍ୟକ୍ରମରେ ଅତିଥି ଭାବେ ଆଇସିଡିଏସ୍‌ ସୁପରଭାଇଜର ଉଷାରାଣୀ ସାହୁ, ଶିକ୍ଷା ବିକାଶ ସମିତି ଦକ୍ଷିଣ-ପୂର୍ବ ସମ୍ଭାଗର ଶିଶୁ ବାଟିକା ସଂଯୋଜକ ଅରୁଣ କୁମାର ବାଗ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରମେଶ ବିଶ୍ୱାଳ ଯୋଗଦେଇଥିଲେ।ଶିଶୁ ଜୀବନର ପ୍ରାରମ୍ଭିକ ପର୍ଯ୍ୟାୟରେ ମାଆଙ୍କ ଶିକ୍ଷା, ଆଚରଣ ଓ ମାର୍ଗଦର୍ଶନର ବିଶେଷ ପ୍ରଭାବ ରହିଥାଏ। ତେଣୁ ପିଲାମାନଙ୍କ ମଧ୍ୟରେ ଉତ୍ତମ ସଂସ୍କାର, ଶୃଙ୍ଖଳା, ନୈତିକ ମୂଲ୍ୟବୋଧ ଓ ଭାରତୀୟ ସଂସ୍କୃତି ପ୍ରତି ସମ୍ମାନବୋଧ ସୃଷ୍ଟି କରିବା ଦିଗରେ ମାଆମାନେ ଯତ୍ନବାନ ହେବା ଆବଶ୍ୟକ ବୋଲି କର୍ମଶାଳାରେ ଗୁରୁତ୍ୱ ଦିଆଯାଇଥିଲା। ଏଥିସହ ବିଦ୍ୟାଳୟ ଓ ପରିବାର ମଧ୍ୟରେ ସୁସମନ୍ୱୟ ସ୍ଥାପନ କରିବା ସହ ଶିକ୍ଷାନୁଷ୍ଠାନ ଓ ଅଭିଭାବକଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରକ୍ଷା କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।କର୍ମଶାଳାରେ ବିଦ୍ୟାଳୟରେ ଅଧ୍ୟୟନରତ ଶିଶୁମାନଙ୍କ ମାଆମାନେ ଯୋଗଦେଇଥିଲେ। ଏହି ଅବସରରେ ବିଦ୍ୟାଳୟର ସମ୍ପାଦକ ମିହିର ମହାପାତ୍ର, କୋଷାଧ୍ୟକ୍ଷ ଚକ୍ରଧର ପୃଷ୍ଟି ଓ ସଦସ୍ୟା ବବିତା ସାହୁ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମର ସଫଳ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଗୁରୁମା ଓ ଗୁରୁଜୀ ସହଯୋଗ କରିଥିଲେ।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ