
ରାଇକିଆ: କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଏବଂ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉପଲକ୍ଷେ ରାଇକିଆସ୍ଥିତ ହରି ଓମ କଲ୍ୟାଣ ମଣ୍ଡପ ପରିସରରେ ଏକ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଘୁ ଉଦୟଗିରି ବିଧାନସଭା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଶ୍ରୀ ଦୁର୍ଯ୍ୟୋଧନ ଲେଙ୍କା ଙ୍କ ସଭାପତିତ୍ୱ ରେ କନ୍ଧମାଳ ସାଂସଦ ଶ୍ରୀ ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା, ବିକାଶମୂଳକ କାର୍ଯ୍ୟ ଏବଂ ସୁଶାସନ ସମ୍ପର୍କରେ ଉପସ୍ଥିତ ବୁଦ୍ଧିଜୀବୀମାନଙ୍କୁ ଅବଗତ କରାଇଥିଲେ।
ସମ୍ମିଳନୀରେ ଫୁଲବାଣୀ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ଉମାଚରଣ ମଲ୍ଲିକ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ ମାନଗୋବିନ୍ଦ ପ୍ରଧାନ, ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ଶ୍ରୀ ଅଜିତ କୁମାର ପଟ୍ଟନାୟକ, ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ତଥା କାର୍ଯ୍ୟକ୍ରମ ର ସହ ସଂଯୋଜକ ଶ୍ରୀ ସନ୍ତୋଷ କୁମାର ଲେଙ୍କା, ଜିଲ୍ଲା ସାଧାରଣ ସମ୍ପାଦକ ଶ୍ରୀ ସୁକାନ୍ତ କୁମାର ସାହୁ, ରାଇକିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ରୀନା ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ।
ଅତିଥିମାନେ ନିଜ ନିଜ ବକ୍ତବ୍ୟରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ବିଭିନ୍ନ ବିକାଶମୂଳକ ପଦକ୍ଷେପ, ଗରିବ କଲ୍ୟାଣ ଯୋଜନା, କୃଷକ, ମହିଳା ଓ ଯୁବକମାନଙ୍କ ପାଇଁ ହୋଇଥିବା କାର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ସରକାରଙ୍କ ସଫଳତାକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ସହ ସାଧାରଣ ଲୋକଙ୍କ ମତାମତକୁ ଗୁରୁତ୍ୱ ଦେବାକୁ ବକ୍ତାମାନେ ଆହ୍ୱାନ କରିଥିଲେ।
ସମ୍ମିଳନୀରେ ବହୁ ବୁଦ୍ଧିଜୀବୀ, ସାମାଜିକ କର୍ମୀ, ଦଳୀୟ କର୍ମକର୍ତ୍ତା ଓ ଶୁଭେଚ୍ଛୁମାନେ ଉପସ୍ଥିତ ରହି ସରକାରଙ୍କ ବିକାଶ ଯାତ୍ରା ଓ ଆଗାମୀ ଦିନର ରୂପରେଖା ଉପରେ ଆଲୋଚନା କରିବା ସହ ଅଞ୍ଚଳର ବିଭିନ୍ନ ଆବଶ୍ୟକ ଓ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବା ସହ ଏହାର ସମାଧାନ ଦିଗରେ ତ୍ୱରିତ ପଦକ୍ଷେପ ନେବା ପାଇଁ ଦୃଷ୍ଟି ଆକର୍ଷଣ କରିଥିଲେ.
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା


