ରାଉଣ୍ଡ ୧୩: ବିଜେପି ୬୩୫୨୨, ବିଜେଡି ୨୦୨୨୮, କଂଗ୍ରେସ ୨୦୧୦୩

ଭୁବନେଶ୍ୱର: ଆଜି ନୂଆପଡ଼ା ଉପନିର୍ବାଚନ ନେଇ ଭୋଟ ଗଣତି ଚାଲିଛି । ତେବେ ବର୍ତ୍ତମାନର ଟ୍ରେଣ୍ଡ ଅନୁସାରେ ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆ ବଡ଼ ବିଜୟ ମୁଖେ ଅଗ୍ରସର ହେଉଛନ୍ତି । ରାଉଣ୍ଡ-୧୩ ସୁଦ୍ଧା ବିଜେପି ୪୩ ହଜାର ୨୯୪ଟି ଭୋଟରେ ଆଗୁଆ ଅଛି । ରାଉଣ୍ଡ-୧୩ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆଙ୍କୁ ୬୩୫୨୨ଟି ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୨୦୨୨୮ଟି ଭୋଟ ମିଳିଛି । ସେହିପରି କଂଗ୍ରେସ ପ୍ରାର୍ଥୀ ଘାସୀରାମ ମାଝୀଙ୍କୁ ୨୦୧୦୩ଟି ଭୋଟ ମିଳିଛି ।

କିଏ ମାରିବ ନୂଆପଡ଼ା ବାଜି। ନୂଆପଡ଼ାରେ କିଏ ପିନ୍ଧିବ ବିଜୟ ମୁକୁଟ? ଫଳାଫଳ ଉପରେ ରହିଛି ନେତାଠୁ ଜନତା ସଭିଙ୍କ ନଜର । ଆଜି ୧୪ଟି ଟେବୁଲରେ ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଚାଲିଛି । ବିଜୟ ପାଇଁ ବିଜେପି, ବିଜେଡ଼ି ଓ କଂଗ୍ରେସ ଜୋରଦାର କସରତ କରିଛନ୍ତି । ସନ୍ଧ୍ୟା ସୁଦ୍ଧା ନିର୍ବାଚନ ଫଳାଫଳ ପ୍ରାୟ ସ୍ପଷ୍ଟ ହୋଇଯିବ । ବିଜେପି, ବିଜେଡ଼ି ଓ କଂଗ୍ରେସ ସମେତ ୧୪ ଜଣ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ । ପ୍ରଚାର ପାଇଁ ୩ ପ୍ରମୁଖ ଦଳର ରାଜ୍ୟସ୍ତରୀୟ ନେତା ମାସେ ହେଲା ନୂଆପଡ଼ାରେ ଡେରା ପକାଇଥିଲେ ।

  • Related Posts

    କଂଗ୍ରେସ ତୁଷ୍ଟୀକରଣ ରାଜନୀତିରେ ମାତିଛି :ଶାହ

    ଦେଶର ଜାତୀୟ ଗୀତ ବନ୍ଦେ ମାତରମ ଗାନକୁ ନେଇ ବିବାଦ। ସରକାରୀ କାର୍ଯ୍ୟକ୍ରମରେ ବନ୍ଦେ ମାତରମର ୬ଟି ଷ୍ଟାଞ୍ଜା ଗାନ କରିବାକୁ ସରକାର କରିଥିବା ନିୟମକୁ ମାନିବାକୁ ମନା କରି ଦେଇଛି କଂଗ୍ରେସ। ୬ ଷ୍ଟାଞ୍ଜା ବଦଳରେ କଂଗ୍ରେସ ୧୯୩୭ରେ ଅନୁମୋଦନ…

    Continue reading
    ବିଜୟଙ୍କୁ ଭେଟିଲେ ଅମିତ ଶାହା

    ଚେନ୍ନାଇ: ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ୍ ବିଜୟଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଦକ୍ଷିଣାଞ୍ଚଳ ଆଞ୍ଚଳିକ ପରିଷଦର ବୈଠକରେ ଯୋଗଦେବା ପାଇଁ ଚେନ୍ନାଇରେ ପହଞ୍ଚିଥିବା ଗୃହମନ୍ତ୍ରୀ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ବିଜୟ ସ୍ୱାଗତ କରିଥିଲେ । ଗୃହମନ୍ତ୍ରୀ ଅମିତ ଶାହା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ