ରାଗିଂ: ୧୦ ରେଭେନ୍ସା ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ପୁଣି ବିବାଦରେ ରେଭେନ୍ସା ବିଶ୍ୱବିଦ୍ୟାଳୟ । ରାଗିଂ ଅଭିଯୋଗ ଆସିବା ପରେ ୧୦ଜଣ ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ । ଆଣ୍ଟି ରାଗିଂ ସେଲର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଇଷ୍ଟ ହଷ୍ଟେଲରେ ରହୁଥିବା ୟୁଜି ପ୍ରଥମ ବର୍ଷର ଛାତ୍ରଙ୍କୁ କିଛି ସିନିୟର ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତି କରି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ରବିବାର ବିଳମ୍ବିତ ରାତିରେ ଖବର ପାଇଁ ହଷ୍ଟେଲରେ ପହଞ୍ଚିଥିଲେ କୁଳପତି, ୱାଡେନ ଏବଂ ଅନ୍ୟ ଅଧ୍ୟାପକ ।
ନିକଟରେ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନେ ନାମଲେଖା ହୋଇଥିବାରୁ ନୂଆ ଛାତ୍ରମାନେ କ୍ୟାମ୍ପସକୁ ଆସି ରହିଛନ୍ତି । ବାହାର ଜିଲାରୁ ଆସିଥିବା ଛାତ୍ରଛାତ୍ରୀମାନେ ବିଭିନ୍ନ ହଷ୍ଟେଲରେ ରହି ପାଠ ପଢୁଛନ୍ତି । ଇଷ୍ଟ ହଷ୍ଟେଲରେ ପ୍ରାୟ ୪୦ରୁ ଅଧିକ ୟୁଜି ଛାତ୍ର ମାନେ ହଷ୍ଟେଲରେ ରହିଥିବା ବେଳେ ପ୍ରଥମ ଦିନ ତୃତୀୟ ବର୍ଷର ଛାତ୍ରମାନେ ସେମାନଙ୍କୁ ପରିଚୟ ପ୍ରଦାନ କରିବା ଆଳରେ ରାଗିଂ କରିଥିବା ଅଭିଯୋଗ ହୋଇଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ