ରାଗିଂ: ୧୦ ରେଭେନ୍ସା ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ପୁଣି ବିବାଦରେ ରେଭେନ୍ସା ବିଶ୍ୱବିଦ୍ୟାଳୟ । ରାଗିଂ ଅଭିଯୋଗ ଆସିବା ପରେ ୧୦ଜଣ ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ । ଆଣ୍ଟି ରାଗିଂ ସେଲର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଇଷ୍ଟ ହଷ୍ଟେଲରେ ରହୁଥିବା ୟୁଜି ପ୍ରଥମ ବର୍ଷର ଛାତ୍ରଙ୍କୁ କିଛି ସିନିୟର ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତି କରି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ରବିବାର ବିଳମ୍ବିତ ରାତିରେ ଖବର ପାଇଁ ହଷ୍ଟେଲରେ ପହଞ୍ଚିଥିଲେ କୁଳପତି, ୱାଡେନ ଏବଂ ଅନ୍ୟ ଅଧ୍ୟାପକ ।
ନିକଟରେ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନେ ନାମଲେଖା ହୋଇଥିବାରୁ ନୂଆ ଛାତ୍ରମାନେ କ୍ୟାମ୍ପସକୁ ଆସି ରହିଛନ୍ତି । ବାହାର ଜିଲାରୁ ଆସିଥିବା ଛାତ୍ରଛାତ୍ରୀମାନେ ବିଭିନ୍ନ ହଷ୍ଟେଲରେ ରହି ପାଠ ପଢୁଛନ୍ତି । ଇଷ୍ଟ ହଷ୍ଟେଲରେ ପ୍ରାୟ ୪୦ରୁ ଅଧିକ ୟୁଜି ଛାତ୍ର ମାନେ ହଷ୍ଟେଲରେ ରହିଥିବା ବେଳେ ପ୍ରଥମ ଦିନ ତୃତୀୟ ବର୍ଷର ଛାତ୍ରମାନେ ସେମାନଙ୍କୁ ପରିଚୟ ପ୍ରଦାନ କରିବା ଆଳରେ ରାଗିଂ କରିଥିବା ଅଭିଯୋଗ ହୋଇଛି ।

  • Garvita Odia

    Related Posts

    ୨୩ରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ

    ଭୁବନେଶ୍ୱର : ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଏହା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ…

    ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲ୍ଲୀପ ରାୟ

    ଭୁବନେଶ୍ୱର : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲ୍ଲୀପ ରାୟ । ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବାସଭବନକୁ ଯାଇଁ ଭେଟିଛନ୍ତି ବରିଷ୍ଠ ରାଜନେତା ଦିଲ୍ଲୀପ ରାୟ । ବିଭିନ୍ନ ପ୍ରସଙ୍ଗ ନେଇ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ।…

    Leave a Reply

    Your email address will not be published. Required fields are marked *

    You Missed

    ୩ ଭଉଣୀଙ୍କୁ ଅସଦାଚରଣ, ୨ ଯୁବକ କାବୁ

    ୩ ଭଉଣୀଙ୍କୁ ଅସଦାଚରଣ,  ୨ ଯୁବକ କାବୁ

    ୨୩ରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ

    ୨୩ରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ

    ହେବ କି ମନ୍ତ୍ରିମଣ୍ଡଳ ସଂପ୍ରସାରଣ ?

    ହେବ କି ମନ୍ତ୍ରିମଣ୍ଡଳ ସଂପ୍ରସାରଣ ?

    ଲଜ୍ଜା: ନାବାଳିକାଙ୍କୁ ଦୁଷ୍କର୍ମ

    ଲଜ୍ଜା: ନାବାଳିକାଙ୍କୁ ଦୁଷ୍କର୍ମ

    ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲ୍ଲୀପ ରାୟ

    ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲ୍ଲୀପ ରାୟ

    ଡିଏଫ୍‌ଓ ନିତ୍ୟାନନ୍ଦ ନାୟକ ଗିରଫ

    ଡିଏଫ୍‌ଓ ନିତ୍ୟାନନ୍ଦ ନାୟକ ଗିରଫ