ରାଜ୍ୟ କାର୍ୟ୍ୟାଳୟରେ ମିଶ୍ରଣ ପର୍ବ

ଭୁବନେଶ୍ୱର: ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧପରିକର । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଏବଂ ରାଜ୍ୟରେ ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟ ପଟେ ବିଜେଡି ଉପରୁ ଦଳୀୟ କର୍ମୀ ଓ ନେତାଙ୍କ ଆସ୍ଥା ହ୍ରାସ ପାଇଚାଲିଛି । ବିଜେଡି ଉପରୁ ଆସ୍ଥା ହରାଇ ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ଅନେକ ବିଜେଡି ନେତୃବୃନ୍ଦ ଓ କର୍ମୀ ବିଜେପିରେ ଯୋଗଦାନ କରିଛନ୍ତି । ବ୍ରଜରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଖନପୁର ବ୍ଲକର ବିଭିନ୍ନ ଗ୍ରାମ ପଂଚାୟତର ସରପଂଚ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ କାର୍ୟ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜସ୍ୱ ଏବଂ ବିପର୍ୟ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବାଣିଜ୍ୟ ଏବଂ ପରିବହନ ବିଭାଗ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣ ମହାପାତ୍ର ପ୍ରମୁଖ ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ ।
ଲଖନପୁର ବ୍ଲକର ୧୦ ଜଣ ସରପଂଚ ବିଜେପିରେ ସାମିଲ ହେବା ଦ୍ୱାରା ସ୍ଥାନୀୟ ଅଂଚଳର ବିକାଶକୁ ଆଗେଇ ନେବା ପାଇଁ ସହାୟକ ହେବା ସହିତ ଦଳୀୟ ସଂଗଠନ ଆହୁରି ସୁଦୃଢ ହୋଇଛି । ଆଗାମୀ ଦିନରେ ଅନେକ ସଂଖ୍ୟାରେ ବିଜେଡି କର୍ମୀ ବିଜେପିରେ ସାମିଲ ହେବେ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ।
ବ୍ରଜରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଖନପୁର ବ୍ଲକର କଣ୍ଢେଇକେଲା ଗ୍ରାମ ପଂଚାୟତର ସରପଂଚ ଅଶୋକ କୁମାର ସେଠ୍‌, ରେମତା ଗ୍ରାମ ପଂଚାୟତର ସରପଂଚ ପ୍ରଫୁଲ କୁମାର ସିଂ, ଚାରପାଲି ଗ୍ରାମ ପଂଚାୟତର ସରପଂଚ ଅରୁଣ ସୁନା ଓ ତାଙ୍କ ସ୍ୱାମୀ ପ୍ରଶାନ୍ତ ସୁନା, କାଦମଡିହି ଗ୍ରାମ ପଂଚାୟତର ସରପଂଚ ତାରୁଲତା ବାରିକ, ବାଘମୁଣ୍ଡା ଗ୍ରାମ ପଂଚାୟତର ସରପଂଚ ସୁନିମା ପ୍ରଧାନ, ଜାମଗାଁ ଗ୍ରାମ ପଂଚାୟତର ସରପଂଚ ଗୋପୀନାଥ ସାଇ, ରେମେଣ୍ଡା ଗ୍ରାମ ପଂଚାୟତର ସରପଂଚ ସୁଶାନ୍ତ ନାଏକ, ସାରନ୍ଦା ମାଲ ଗ୍ରାମ ପଂଚାୟତର ସରପଂଚ ଝରଣା ସେଠ୍‌, ବଞ୍ଜାରୀ ଗ୍ରାମ ପଂଚାୟତର ସରପଂଚ ସୀମା ସାହୁ ଓ ତାଙ୍କ ସ୍ୱାମୀ ରାଧାରମଣ ସାହୁ, ପିପିଲିମାଲ ଗ୍ରାମ ପଂଚାୟତର ସରପଂଚ ରଙ୍ଗଧର ଡିଲା ଆଜି ବିଜେଡି ଦଳ ତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ଏହି ଅବସରରେ ରାଜ୍ୟ ଉପସଭାପତି ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି, ଶାରଦା ପ୍ରସାଦ ଶତପଥୀ, ରାଜ୍ୟ ସଂପାଦକ ସରୋଜ କର, ଝାରସୁଗୁଡା ଜିଲ୍ଲା ସଭାପତି ଶ୍ରୀ ରଘୁନନ୍ଦନ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କେନ୍ଦ୍ର ବିରୋଧରେ ବର୍ଷିଲେ ରାଜା ସ୍ୱାଇଁ, କାହିଁକି ଜାଣନ୍ତୁ

    ଖଣିଜ ସମ୍ପଦ ଉପରେ ଓଡ଼ିଶାର ଅଧିକାର କ୍ଷୁର୍ଣ୍ଣ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର ବୋଲି କହି ବର୍ଷିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର ରାଜସ୍ୱ ଆଦାୟ କ୍ଷମତା ଉପରେ କଟକଣା ଲଗାଇବାକୁ କେନ୍ଦ୍ର ସରକାର ଉଦ୍ୟମ କରୁଥିବା ଅଭିଯୋଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ