ରାଜ୍ୟ କ୍ୟାବିନେଟ: ଜଳତଟ ବିକାଶ ଯୋଜନାରେ ୫ ବର୍ଷରେ ୫ ଶହ କୋଟି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୫ଟି ବିଭାଗର ୧୦ଟି ପ୍ରସ୍ତାବ ଅନୁମୋଦନ ମିଳିଛି । ଶିଳ୍ପ ବିଭାଗର ୨ଟି, ଗୃହ ଓ ନଗର ଉନ୍ନୟନ ବିଭାଗର ୪ ଟି, ଜଳ ସମ୍ପଦ ବିଭାଗର ୨ଟି, ରାଜସ୍ବ ଗୋଟିଏ, ପର୍ଯ୍ୟଟନ ବିଭାଗର ଗୋଟିଏ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି ।

ସହରାଞ୍ଚଳ ବିକାଶ ପାଇଁ ନୂଆ ଜଳତଟ ବିକାଶ ଯୋଜନା ଆଣିଛନ୍ତି ସରକାର । ଯୋଜନା କାର୍ଯ୍ୟକାରୀ କରିବା ପାଇଁ କ୍ୟାବିନେଟ ୫ ବର୍ଷରେ ୫୦୦ କୋଟି ଟଙ୍କା ବ୍ୟୟ ବରାଦକୁ ଅନୁମୋଦନ କରିଛନ୍ତି । ସହରାଞ୍ଚଳରେ ନଦୀତଟ ଓ ସହରାଞ୍ଚଳ ଜଳଭଣ୍ଡାରକୁ ପୁନର୍ଜୀବିତ କରାଯିବ । ଏହି ଅନୁମୋଦନ ଗୃହ ଏବଂ ନଗର ଉନ୍ନୟନ ବିଭାଗକୁ ଉନ୍ନୟନ କର୍ତ୍ତୃପକ୍ଷ ଏବଂ ପୌର ସଂସ୍ଥା ସହିତ ସହଯୋଗରେ ଯୋଜନାର ବ୍ୟାପକ ଯୋଜନା କାର୍ଯ୍ୟାନ୍ଵୟନ କରିବାକୁ ଅନୁମତି ଦେଇଛି । ସହରାଞ୍ଚଳରେ ବନ୍ୟା ପରିଚାଳନା ଏବଂ ଅନୁକୂଳିତ ଭିତ୍ତିଭୂମି ମାଧ୍ୟମରେ ଜଳବାୟୁ ସ୍ଥିରତାକୁ ସୁଦୃଢ଼ କରିବା ଲକ୍ଷ୍ୟ ରହିଛି ।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ