ରାଜ୍ୟ କ୍ୟାବିନେଟ:ଭୁବନେଶ୍ୱର ବିମାନବନ୍ଦରରେ ‘ଏମଆରଓ’ ସ୍ଥାପନକୁ ମଞ୍ଜୁରୀ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ମୋଟ ୬ ଟି ବିଭାଗର ୦୭ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲ ।
ଓଡ଼ିଶାକୁ ପୂର୍ବ ଭାରତର ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ କେନ୍ଦ୍ର କରିବା ପାଇଁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଧୁନିକ ମେେଂଟନାନ୍ସ, ରିପେୟାର ଆଣ୍ଡ ଓଭରହଲ (ଏମଆରଓ) କେନ୍ଦ୍ର ସ୍ଥାପନ ପାଇଁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ ଦେଇଛନ୍ତି । ଏହା ପୂର୍ବ ଭାରତର ପ୍ରଥମ ବଡ଼ ଏମଆରଓ କେନ୍ଦ୍ର ହେବ । ଏହି ପ୍ରକଳ୍ପ ସରକାରଙ୍କ ବି-ମାନ (ବିଲଡିଂ ଆଣ୍ଡ ମ୍ୟାନେଜମେଂଟ ଅଫ ଏଭିଏସନ ଆସେଟସ ଆଣ୍ଡ ନେଟୱାର୍କ) ଯୋଜନାର ଅଂଶ । ଘରୋଇ ନିବେଶକଙ୍କୁ ଆକୃଷ୍ଟ ପାଇଁ ଇଣ୍ଡଷ୍ଟ୍ରିଆଲ ପଲିସି ରେଜୋଲ୍ୟୁସନ (ଆଇପିଆର) ୨୦୨୨ ଅନୁସାରେ ଏକ ସ୍ୱତନ୍ତ୍ର ପ୍ୟାକେଜ ଅଫର କରାଯାଇଛି । ଏହି ପ୍ରକଳ୍ପରେ ଭାରତର ସବୁଠାରୁ ପୁରୁଣା ଓ ବଡ଼ ତୃତୀୟ-ପକ୍ଷ ଏମଆରଓ ପ୍ରଦାନକାରୀ ମେସର୍ସ ଏୟାର ୱାକର୍ସ ଇଣ୍ଡିଆ (ଇଞ୍ଜିନିୟରିଂ) ପ୍ରାଇଭେଟ ଲିମିଟେଡକୁ ମୁଖ୍ୟ ନିବେଶକ ଭାବେ ଚୟନ କରାଯାଇଛି । ବିଶ୍ୱ ଏମଆରଓ ବଜାର ୨୦୩୧ ସୁଦ୍ଧା ୧୧୭ ବିଲିୟନ ଡଲାରରେ ପହଂଚିବ ବୋଲି ଆକଳନ କରାଯାଇଛି, ଆଉ ଭାରତର ଏମଆରଓ ଶିଳ୍ପ ସେହି ସମୟ ସୁଦ୍ଧା ୪ ବିଲିୟନ ଡଲାରରେ ପହଂଚିବ ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ