ରାଜ୍ୟ କ୍ୟାବିନେଟ୍ ବୈଠକ, ୬ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି । ଏହି କ୍ୟାବିନେଟ୍ ବୈଠକରେ ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଏଣିକି ଅଙ୍ଗନବାଡି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ରହିବ ଗ୍ରାଜୁଏସନ । ଆଗରୁ ଯୋଗ୍ୟତା ମାଟ୍ରିକ୍ ରହୁଥିଲା । କ୍ୟାବିନେଟ୍ ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି ।

ଏହାସହ ଅବକାରୀ ବିଭାଗ ନିୟମ ୨୦୧୭ ସଂଶୋଧନ ହୋଇଛି । ଅନୁସୂଚିତ ଜାତି ଜନଜାତିର କ୍ୟାଡର ପୁନଃ ଗଠନ କରାଯାଇ ୨୪ ପଦବୀ ତିଆରି କରାଯିବ । ଅବକାରୀ କନେଷ୍ଟବଲ ଡିଭିଜନ ବଦଳ ଯାଇ ଜିଲ୍ଲା କ୍ୟାଡର କରାଯାଇଛି । ଜଳସମ୍ପଦ ବିଭାଗର ୧୦୮ କୋଟିର ବୈତରଣୀ ବାମ ଏବଂ ଡାହାଣ କେନାଲ ହେବ । ଭଦ୍ରକ, ବାଲେଶ୍ବର ଏବଂ କେନ୍ଦୁଝରର ୬୦ ହଜାର ହେକ୍ଟର ଜମି ଜଳ ସେଚିତ ହେବ । ସ୍ୱାସ୍ଥ୍ୟ ବିଭାଗର ୧୦୮ ସେବା ପାଇଁ ଆଗାମୀ ୫ ବର୍ଷ ପାଇଁ ୨୩୯୮ କୋଟି କ୍ୟାବିନେଟ୍ ମଞ୍ଜୁର କରିଛି । ୮୬୬ଟି ଆମ୍ବୁଲାନ୍ସ କାର୍ୟ୍ୟକ୍ରମ ଚାଲିବ ।

ସେପଟେ ଆନ୍ତଃ ମନ୍ତ୍ରୀପରିଷଦ ବୈଠକ ଜାରି ରହିଛି । ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ୍ ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ସୂଚନା ମିଳିଛି ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ