ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ ନିର୍ମାଣ, ଗଣଶିକ୍ଷା ଆଦି ବିଭାଗରେ ଉନ୍ନୟନମୂଳକ କାର୍ୟ୍ୟ ପାଇଁ କ୍ୟାବିନେଟ୍‌ ବୈଠକରେ ଆଲୋଚନା ହୋଇଥିଲା।
ଆଦର୍ଶ ବିଦ୍ୟାଳୟର ମାସିକ ରେଣ୍ଟକୁ ସରକାର ମୁକ୍ତ କରିଛନ୍ତି। ଆଉ ଛାତ୍ରଛାତ୍ରୀଙ୍କୁ ଦେୟ ଦେବାକୁ ହେବନାହିଁ। ଏଥିପାଇଁ ୫ ବର୍ଷରେ ୩୫୦ କୋଟି ଟଙ୍କା ଖର୍ଚ୍ଚ ହେବ। ଛାତ୍ରଛାତ୍ରୀ ପୂର୍ବରୁ ମାସିକ ୨ ହଜାର ଟଙ୍କା ରେଣ୍ଟ୍ ଦେଉଥିଲେ।ଏଥି ପାଇଁ ସରକାର ୫ ବର୍ଷରେ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ରାଜ୍ୟ ସରକାର ବିଶ୍ବବିଦ୍ୟାଳୟ ଆଇନରେ କିଛି ପରିବର୍ତ୍ତନ ଆଣିଛନ୍ତି। ସ୍ଥାୟୀ କୁଳପତି ନିଯୁକ୍ତି ପର୍ୟ୍ୟନ୍ତ ଭାରପ୍ରାପ୍ତ କୁଳପତିଙ୍କୁ କ୍ଷମତା ପ୍ରଦାନ କରିବେ।ରାଜ୍ୟ ସରକାର ମୟୂରଭଞ୍ଜ ପୁଲିସ ଜିଲ୍ଲାକୁ ବିଭାଜନ କରିଛନ୍ତି। ରାଇରଙ୍ଗପୁର ନୂତନ ପୁଲିସ ଜିଲ୍ଲା ଘୋଷଣା ହୋଇଛି। ରାଇରଂଗପୁର ପୁଲିସ ଜିଲ୍ଲାରେ ରହିବ ୨ଟି ଏସ୍‌ଡିପିଓ। ରାଇରଂଗପୁର, କରଂଜିଲ୍ଲାରେ ରହିବେ ଏସ୍‌ଡିପିଓ। ରାଇରଂଗପୁର ପୁଲିସ ଜିଲ୍ଲାରେ ରହିବ ୧୪ଟି ଥାନା ରହିବ।

ରାଜ୍ୟ ସରକାର ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମକୁ ଅନୁମୋଦନ ଦେଇଛନ୍ତି। ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ ପାଇଁ ସୃଷ୍ଟି ହେବ ୪,୧୯୫ ପୋଷ୍ଟ। ସେହିପରି ସମୃଦ୍ଧ ସହର ଯୋଜନାକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ଦେଇଛନ୍ତି। ସମୃଦ୍ଧ ସହର ଯୋଜନା ପାଇଁ ୪, ୮୭୯.୩୦ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନରେ ସମୃଦ୍ଧ ସହର ଯୋଜନା ସହାୟକ ହେବ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ