ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି: ରାଇକିଆ ପଞ୍ଚାୟତରେ ବିକାଶ ଧାରା ସମ୍ମିଳନୀ

ରାଇକିଆ:ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ରାଇକିଆ ଗ୍ରାମ ପଞ୍ଚାୟତ ପରିସରରେ ଏକ ପଞ୍ଚାୟତ ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ରାଇକିଆ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା, ବିକାଶମୂଳକ ପଦକ୍ଷେପ ଏବଂ ଉଲ୍ଲେଖନୀୟ ସଫଳତା ସମ୍ପର୍କରେ ଆଲୋଚନା କରାଯାଇଥିଲା।
ସମ୍ମିଳନୀରେ ବାର୍ଦ୍ଧକ୍ୟ ଭତ୍ତା, ରାସନ କାର୍ଡ ବଣ୍ଟନ, ମହିଳା ସଶକ୍ତିକରଣ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଓ ଭିତ୍ତିଭୂମି ବିକାଶ, ସ୍ୱାସ୍ଥ୍ୟସେବା ଏବଂ ପାନୀୟ ଜଳ ଯୋଗାଣ ଭଳି ବିଭିନ୍ନ କ୍ଷେତ୍ରରେ ସରକାରଙ୍କ କାର୍ଯ୍ୟକ୍ରମ ଓ ସଫଳତା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ବିଶେଷ କରି ପଞ୍ଚାୟତ ଅଞ୍ଚଳର ବହୁ ସଂଖ୍ୟକ ମହିଳା ଏଥିରେ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ଅବଗତ ହେବାର ସୁଯୋଗ ପାଇଥିଲେ।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ ଯୋଗଦେଇ ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମ ଲୋକଙ୍କ ନିକଟରେ ପହଞ୍ଚିବା ଦିଗରେ ଏଭଳି ସମ୍ମିଳନୀର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ସୁକାନ୍ତ କୁମାର ସାହୁ, ଭାଜପା ଜିଲ୍ଲା କୋଷାଧକ୍ଷ କୈଳାଶ ଚନ୍ଦ୍ର ପଣ୍ଡା ଯୋଗଦେଇ ସରକାରଙ୍କ ଜନମୁଖୀ ଯୋଜନାଗୁଡ଼ିକର ସଫଳ ରୂପାୟନ ସମ୍ପର୍କରେ ମତବ୍ୟକ୍ତ କରିଥିଲେ।
ଏହି ଅବସରରେ ବୟବନ୍ଧୁ ଯୋଜନାରେ ସ୍ୱାସ୍ଥ୍ୟ ବୀମା କାର୍ଡ ଏବଂ ‘ଅନ୍ନପୂର୍ଣ୍ଣା’ ଯୋଜନାରେ ଯୋଗ୍ୟ ହିତାଧିକାରୀମାନଙ୍କୁ କାର୍ଡ ବଣ୍ଟନ କରାଯାଇଥିଲା।ଏହି ଅବସରରେ ନାୟବ ସରପଞ୍ଚ ନିଥାଏଲ ନାୟକ,ଏଡିଇଓ ଗୌତମ ପ୍ରଧାନ, ରାଜ କିଶୋର ପରିଛା, ପ୍ରବୀଣ କୁମାର ଦିଗlଳ,ଶ୍ରଦ୍ଧାଞ୍ଜଳି ଦିଗlଳ ଅଭି ରାମ ପଣ୍ଡାଙ୍କ, ସନ୍ତୋଷ ସାହୁ ଙ୍କ ସମେତ ପଞ୍ଚାୟତର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ପଞ୍ଚାୟତ ନିର୍ବାହୀ ଅଧିକାରୀ ଶିବ ଶମ୍ଭୁ ଗୌଡ଼ ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା : ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।…

    Continue reading
    ଇଞ୍ଜିନିୟରମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ

    ବିଗତ କିଛିମାସ ଧରି ଭିଜିଲାନ୍ସ ଜାଲରେ ମାଳମାଳ ଇଞ୍ଜିନିୟର ଧରାପଡ଼ିବା ପରେ ରାଜ୍ୟ ସରକାର ଓଡ଼ିଶା ଇଞ୍ଜିନିୟରିଂ ସେବା(ଓଇଏସ) ଓ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବା(ଓଡ଼ିଇଏସ) କ୍ୟାଡ଼ରର ଅଧିକାରୀମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ କରିଛନ୍ତି। ୨୦୧୯ ସେପ୍ଟେମ୍ବର ୨୪ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ