ରାଜ୍ୟର ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ଏକ ଶସ୍ତ ଧକ୍କା

ଭୁବନେଶ୍ବର: ରାଜ୍ୟର ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ଏକ ଶସ୍ତ ଧକ୍କା ସଦୃଶ ଇଣ୍ଡିଗୋ ପକ୍ଷରୁ ଭୁବନେଶ୍ବର-ଦୁବାଇ ବିମାନ ସେବାକୁ ବନ୍ଦ କରିଦିଆଯିବ । ଆସନ୍ତା ଅକ୍ଟୋବର ୨୪ରୁ ଏହି ରୁଟ୍‌ରେ କମ୍ପାନି ଏହାର ସେବା ବନ୍ଦ କରିବ । ଏହି ରୁଟ୍‌ରେ ଇଣ୍ଡିଗୋ ବିମାନ ସପ୍ତାହକୁ ତିନି ଥର ଚଳାଚଳ କରୁଥିଲା । ‘ଏରୋରୁଟ୍‌ସ’ର ସଂଶୋଧିତ ବିମାନ ନିର୍ଘଣ୍ଟ‌ରେ ଇଣ୍ଡିଗୋର ଭୁବନେଶ୍ବର-ଦୁବାଇ ରୁଟ୍‌ର ନାମ ନଥିବାରୁ କମ୍ପାନି ଏହି ସେବା ବନ୍ଦ କରୁଥିବା ଆଶଙ୍କା କରାଯାଉଛି । ତେବେ ଦୁବାଇ ଯିବାକୁ ଚାହୁଥିବା ଯାତ୍ରୀମାନେ ଭାୟା ଆବୁଧାବି ଦେଇ ଯାତ୍ରା କରିପାରିବେ। ଅନ୍ୟଥା ସେମ‌ାନେ ଭୁବନେଶ୍ବରରୁ ଦେଶର ଅନ୍ୟ ସହରକୁ ଯାଇ ସେଠାରୁ ଦୁବାଇକୁ ଥିବା ସିଧାସଳଖ ବିମାନ ସେବା ହାସଲ କରିପାରିବେ । ଇଣ୍ଡିଗୋ ପକ୍ଷରୁ ୨୦୨୩ ମେ’ରୁ ଭୁବନେଶ୍ବର ଓ ଦୁବାଇ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରାଯାଇଥିଲା । ରାଜ୍ୟରୁ ଅନ୍ତର୍ଜାତୀୟ ଉଡ଼ାଣ ବଢ଼ାଇାବ ଲାଗି କମ୍ପାନି ରାଜ୍ୟ ସରକାରଙ୍କ ସହ ମିଶି କାର୍ୟ୍ୟ କରୁଥିଲା । ଦୁବାଇ ସହ ସିଧାସଳଖ ବିମାନ ସେବା ରାଜ୍ୟର ସୂଚନା ପ୍ରଯୁକ୍ତି, ବିନିର୍ମାଣ ଓ ପର୍ୟ୍ୟଟନ କ୍ଷେତ୍ରକୁ ନିବେଶ ଆଣିବାରେ ମଧ୍ୟ ସହାକ ହୋଇଥିଲା ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ