ରାଜ୍ୟର ଦୁଇ ମେଡିକାଲ କଲେଜକୁ ମିଳିଲା 200 ଏମବିବିଏସ୍ ସିଟ୍; ଚଳିତ ବର୍ଷରୁ ପାଠ ପଢ଼ା

ଭୁବନେଶ୍ୱର: ସ୍ୱାସ୍ଥ୍ୟ ଆଉ ଶିକ୍ଷା କ୍ଷତ୍ରରେ ଆଉ ଏକ ପାଦ ଆଗକୁ ବଢିଛି ଓଡିଶା । ବର୍ତ୍ତମାନ ସମମୟରେ ମେଡିକାଲ ପାଠ ପଢ଼ା ଅଧିକ ଚାହିଦା ରହିଥିବା ବେଳେ ରାଜ୍ୟର ଦୁଇ ନୂଆ ମେଡିକାଲ କଲେଜକୁ ଚଳିତ ବର୍ଷ ପାଠ ପଢା ପାଇଁ ଅନୁମୋଦନ ମିଳିଛି । ଜାତୀୟ ମେଡିକାଲ କମିଶନ୍ ଦ୍ଵାରା ଓଡିଶାରେ 200 ଏମବିବିଏସ୍ ସିଟକୁ ଅନୁମୋଦିତ କରାଯାଇଛି । ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଏହା ଆଉ ଏକ ମାଇଲଖୁଣ୍ଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।Pabitra Mohan Pradhan Government Medical College, Talcher ଫୁଲବାଣୀ ସରକାରୀ ମେଡିକାଲ କଲେଜ ଓ ତାଳଚେର ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ କଲେଜ । ଏହି ଦୁଇ କଲେଜକୁ MBBS ପାଇଁ ୧୦୦ ଲେଖାଏଁ ଅର୍ତାଥା 200 ଆସନକୁ ଅନୁମୋଦିତ କରାଯାଇଛି । ଜାତୀୟ ମେଡିକାଲ କମିଶନ ଏହାକୁ ମଞ୍ଜୁରୀ ଦେଇଛନ୍ତି ।ଜାତୀୟ ମେଡିକାଲ କମିଶନ୍ ଦ୍ଵାରା ଏହି ମଞ୍ଜୁରୀକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି, “ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଆଉ ଏକ ମାଇଲ ଖୁଣ୍ଟ କରି ପାରିଛି । ଗୋଟିଏ ବର୍ଷରେ ୨୦୦ ଅଧିକ ଓଡ଼ିଆ ଛାତ୍ର ଛାତ୍ରୀ ଚଳିତ ଶିକ୍ଷା ବର୍ଷ ଠାରୁ ଡାକ୍ତରୀ ଶିକ୍ଷା ଗ୍ରହଣ କରି ପାରିବେ ।”

“ଫୁଲବାଣୀ ସରକାରୀ ମେଡିକାଲ କଲେଜ ଓ ତାଳଚେର ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ କଲେଜକୁ MBBS ପାଇଁ ୧୦୦ ଲେଖାଏଁ ଆସନ ଜାତୀୟ ମେଡିକାଲ କମିଶନ୍ ଦ୍ଵାରା ଅନୁମୋଦିତ କରାଯାଇଛି । ଚଳିତ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢା ଆରମ୍ଭ ହେବ। ଏହି ମଞ୍ଜୁରୀ କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଆଉ ଏକ ମାଇଲ ଖୁଣ୍ଟ କରି ପାରିଛି ବୋଲି କହିଛନ୍ତି,” ବୋଲି ସୂଚନା ଏବଂ ଜନସଂପର୍କ ବିଭାଗ ପକ୍ଷରୁ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖାଯାଇଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ