ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ି ଯାଇଛି: ଅରୁଣ ସାହୁ

ଭୁବନେଶ୍ୱର: ଚାଲିଛି ବିଧାନସଭା। ଶୂନ୍ୟକାଳରେ ମାହାଙ୍ଗା ପ୍ରସଙ୍ଗ ଉଠାଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରୁଥିବା ପଞ୍ଚାୟତର ଜନପ୍ରତିନିଧିଙ୍କୁ ମାଡ଼ ମରାଗଲା। ଡିଏସପି ବି ମାଡ଼ ଖାାଇଲେ। ତାଙ୍କ ମୁଣ୍ଡ ଓ ଆଖି ଫାଟିଲା । ଗଣତନ୍ତ୍ର ପଦ୍ଧତିରେ ଆନ୍ଦୋଳନ କଲେ ସରକାରୀ ଗୁଣ୍ଡା ଲଗାଇ ମାଡ ମାରୁଛନ୍ତି । ଲୋକଙ୍କ କାମ ପାଇଁ ଆନ୍ଦୋଳନ କଲେ ମାଡ ଖାଇବାକୁ ପଡ଼ୁଛି। ପୁଲିସର ମନୋବଳ ଭାଙ୍ଗି ଗଲାଣି। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ି ଯାଇଛି। ସୁରକ୍ଷା ଦିଆଯାଉ। ଦୁର୍ନୀତି ହୋଇଥିଲେ ଗିରଫ ହେଉ। କାମ ହୋଇଥିଲେ ବିଲ ଦିଆଯାଉ। ବଜେଟ ତ ଖର୍ଚ୍ଚ ହୋଇନି। ଏତେ ବଡ଼ ବଜେଟ ଆଣିଲେ କ’ଣ ହେବ ବୋଲି ବିଧାୟକ ଅରୁଣ ସାହୁ ପ୍ରଶ୍ନ କରିବା ସହ ରାଜ୍ୟରେ ଆଇନ ଶୃଙ୍ଖଳାକୁ ଗୁରୁତ୍ତ୍ବ ଦେବାକୁ ସେ ଗୃହରେ ଦାବି କରିଛନ୍ତି।
ଖବର ଅନୁଯାୟୀ, କଟକ ଜିଲ୍ଲା ମାହାଙ୍ଗା ବ୍ଲକ ପରିସରରେ ୫ ଦଫା ଦାବି ନେଇ ଧାରଣାରେ ବସିଥିବା ଜନପ୍ରତିନିଧିଙ୍କ ଉପରେ ବିଧାୟକଙ୍କ ସମର୍ଥକମାନଙ୍କ ଆକ୍ରମଣକୁ ନେଇ ସୃଷ୍ଟି ହୋଇଛି ଖଣ୍ଡଯୁଦ୍ଧ। ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ପରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଏପରିକି ବିଧାୟକ ସମର୍ଥକମାନଙ୍କ ଆକ୍ରମଣରେ ଜଣେ ପୁଲିସ ଅଧିକାରୀ ଆହତ ହୋଇଛନ୍ତି।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ