ରାଜ୍ୟରେ ଖୋଲିବ ୫ ନୂଆ ମହିଳା ଏନସିସି ବାଟାଲିଅନ

ଭୁବନେଶ୍ବର: ଛାତ୍ରୀମାନଙ୍କୁ ସଶକ୍ତ କରିବାକୁ ଯାଇଛି ଉଚ୍ଚଶିକ୍ଷା ବିଭାଗ । ଏନେଇ ଉଚ୍ଚ ଶିକ୍ଷା ବିଭାଗର ନିଷ୍ପତ୍ତି କ୍ରମେ ରାଜ୍ୟରେ ୫ଟି ନୂଆ ମହିଳା ଏନ. ସି. ସି. ବାଟାଲିୟନ ଖୋଲିବାକୁ ଯାଉଛି । ଏହା ସହିତ ସ୍କୁଲ ଶିକ୍ଷାରେ ସାମିଲ ହେବ ‘ମିଶନ ଲାଇଫ୍’ । ଯାହାଫଳରେ ପରିବେଶ ସୁରକ୍ଷା ସହ ଜଳବାୟୁ ପରିବର୍ତ୍ତନର ପାଠ ପଢିବେ ଛାତ୍ରଛାତ୍ରୀ ।
୫ ନୂଆ ମହିଳା ଏନସିସି ବାଟାଲିଅନ୍ ଖୋଲିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତାବ ରହିଛି । ଏଥିପାଇଁ ଆବଶ୍ୟକୀୟ ଭିତ୍ତିଭୂମି, ମାନବସମ୍ବଳ ଏବଂ ଏହାକୁ କାର୍ୟ୍ୟକାରୀ କରିବା ପାଇଁ ରହିଥ‌ିବା ସମୟସୀମା ସମ୍ବନ୍ଧରେ ତ‌ଥ୍ୟ ପ୍ରଦାନ କରିବା ପାଇଁ ଓଡ଼ିଶା ଏନସିସି ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛି ଉଚ୍ଚ ଶିକ୍ଷା ବିଭାଗ ।
ରାଜ୍ୟରେ ବର୍ତ୍ତମାନ ଏନସିସି କ୍ୟାଡେଟ ସଂଖ୍ୟା ୬୩ ହଜାର ରହିଥିବା ବେଳେ ଏହାକୁ ୯୦ ହଜାରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି । ନୂଆ ମହିଳା ଏନସିସି ବାଟାଲିଅନ୍‌ ସ୍ଥାପନ ମାଧ୍ୟମରେ ଏନସିସିରେ ମହିଳାମାନଙ୍କର ସକ୍ରିୟ ଅଂଶଗ୍ରହଣକୁ ସୁନିଶ୍ଚିତ କରାଯିବ । ଏଥିସହ ସ‌ହିତ କ୍ୟାଡେଟ୍‌ମାନଙ୍କର ଦକ୍ଷତା ବିକାଶ ଓ ପ୍ରଶିକ୍ଷଣ ଉପରେ ଧ୍ୟାନ ଦିଆଯିବ । ରାଷ୍ଟ୍ର ନିର୍ମାଣ ପାଇଁ ଯୁବ ନେତୃତ୍ବର ବିକାଶ ଏବଂ ଯୁବବର୍ଗଙ୍କ ଯୋଗଦାନ ଉପରେ ଗୁରୁତ୍ୱାରୋପ କରାଯିବ ।

  • Related Posts

    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading
    ରାସ୍ତା ସମ୍ପ୍ରସାରଣ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

    ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ ଜିଲ୍ଲାରେ କୋଇଲା ପରିବହନ ଏବଂ ଶିଳ୍ପ ଭିତ୍ତିଭୂମିକୁ ସଦୃଢ଼ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି । ଏହି ସମ୍ପର୍କରେ ଏକ ପତ୍ର ଲେଖି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ