ରାଜ୍ୟରେ ପ୍ରତିବର୍ଷ ଟେକ୍ସଟାଇଲ କନକ୍ଲେଭର ଆୟୋଜନ କରାଯିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ଦଶନ୍ଧି ମଧ୍ୟରେ ରାଜ୍ୟରେ ଟେକ୍ସଟାଇଲ କ୍ଷେତ୍ରରେ ୫ ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ହେବ । ରାଜ୍ୟରେ ପ୍ରତିବର୍ଷ ଟେକ୍ସଟାଇଲ କନକ୍ଲେଭର ଆୟୋଜନ କରାଯିବ । ଭୁବନେଶ୍ୱରରେ ଅନୁଷ୍ଠିତ ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନକ୍ଲେଭରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ ବୁଣାକାରଙ୍କ ମଜୁରୀ ରିହାତି ବୃଦ୍ଧି ଘୋଷଣା କରିବା ସହ ମୁଖ୍ୟମନ୍ତ୍ରୀ ଦୁଇଟି ଟେକ୍ସଟାଇଲ ପାର୍କ ଲୋକାର୍ପିତ କରିଛନ୍ତି। କାର୍ଯ୍ୟକ୍ରମରେ ୩୩ଟି ଏମଓୟୁ ସ୍ୱାକ୍ଷରିତ ହୋଇଛି । ମୋଟ ୭,୮୦୮ କୋଟି ଟଙ୍କାର ପୁଞ୍ଜିନିବେଶରେ ୫୩,୩୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି କୁହାଯାଇଛି । ସମସ୍ତ ସରକାରୀ କର୍ମଚାରୀ ସପ୍ତାହକୁ ଦିନଟେ ହସ୍ତତନ୍ତ ପ୍ରସ୍ତୁତ ପୋଷାକ ପିନ୍ଧିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ଦେଇଛନ୍ତି ।ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଛି ଓ-ଟେକ୍ସ ୨୦୨୫ । ରାଜ୍ୟର ପ୍ରଥମ ଟେକ୍ସଟାଇଲ ଓ ଆପାରେଲ କନକ୍ଲେଭ । ଲୋକସେବା ଭବନ କନଭେନ୍ସନ ସେଣ୍ଟରରେ ଅନୁଷ୍ଠିତ ହୋଇଛି ଓଡିଶା ଟେକ୍ସଟାଇଲ କନକ୍ଲେଭ । ଆଜିର କନକ୍ଲେଭରେ ୧୬୦ରୁ ଅଧିକ ବୃହତ ଓ ନୂତନ ଉଦ୍ୟୋଗୀ ଯୋଗ ଦେଇଛନ୍ତି । ବିଶ୍ୱର ନାମୀଦାମୀ ବ୍ରାଣ୍ଡ Page Industries, First Step Baby Wear, KPR Mills, Sportking, Adarsh Knitwear, Anubhav Apparels, Bon & Co. and B.L. ପ୍ରମୁଖ ଏହି କନକ୍ଲେଭରେ ସାମିଲ ହୋଇଛନ୍ତି । ଦେଶର ବୟନ ଓ ପୋଷାକ ଶିଳ୍ପକ୍ଷେତ୍ରର ପ୍ରାୟ ସମସ୍ତ ଶିଳ୍ପପତି ଉପସ୍ଥିତ ଥିଲେ । ଏହା ପୂର୍ବଭାରତର ସର୍ବବୃହତ ଟେକ୍ସଟାଇଲ କନକ୍ଲେଭ ବୋଲି ଉଦଘାଟନ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମୁଖ୍ୟମନ୍ତ୍ରୀ ଜଗତସିଂହପୁର ଏବଂ ଭଦ୍ରକରେ ଦୁଇଟି ଟେକ୍ସଟାଇଲ ଓ ଫୁଟୱିୟର ପାର୍କ ଲୋକାର୍ପଣ କରିଛନ୍ତି । ଏହି କନକ୍ଲେଭରେ ମୋଟ ୩୩ଟି ଏମଓୟୁ ସ୍ୱାକ୍ଷରିତ ହୋଇଛି । ୭୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରତିଶ୍ରୁତି ଆସିଛି । ଏହା କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟରେ ୫୩,୩୦୦ ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହା ସହିତ ପ୍ରତିବର୍ଷ ଏହି କନକ୍ଲେଭ ଆୟୋଜନ କରିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଟେକ୍ସଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି । ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର ବଦଳରେ ୬ ହଜାର ଟଙ୍କା ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ ମାନଙ୍କୁ ସପ୍ତାହକୁ ଯେକୌଣସି ଗୋଟିଏ ଦିନ ହସ୍ତତନ୍ତ ପ୍ରସ୍ତୁତ ପୋଷାକ ପରିଧାନ କରିବା ପାଇଁ ଆହ୍ୱାନ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ‘ଓଡିଶାର ବସ୍ତ୍ର ଶିଳ୍ପ ବହୁତ ପ୍ରାଚୀନ । ଆମ ସଂସ୍କୃତି ଏବଂ ପରମ୍ପରା ସହିତ ଆମ ପୋଷାକ ଓ ପରିଧାନ ଜଡିତ ହୋଇ ରହିଛି । ପଶ୍ଚିମ ଓଡିଶାର ପାରମ୍ପାରିକ ବସ୍ତ୍ର ପ୍ରସ୍ତୁତି ପ୍ରକ୍ରିୟା, ବ୍ରହ୍ମପୁରର ରେଶମ, ଗଜପତି, କେନ୍ଦୁଝରର ଟସର ଏବଂ ମାଣିଆବନ୍ଧ ସୂକ୍ଷ୍ମକଳାର ସାରା ଦେଶରେ ସ୍ୱତନ୍ତ୍ର ପରିଚୟ ରହିଛି । ଏହି ସମସ୍ତ ପୋଷାକର ପ୍ରଚାର ପ୍ରସାର ମାଧ୍ୟମରେ ଓଡିଶାକୁ ଟେକ୍ସଟାଇଲ ହବ କରିବା ପାଇଁ ସରକାର ଉଦ୍ୟମ କରୁଛନ୍ତି । ଆସନ୍ତା ଦଶନ୍ଧି ମଧ୍ୟରେ ରାଜ୍ୟରେ ଟେକ୍ସଟାଇଲ କ୍ଷେତ୍ରରେ ୫ ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି କରିବା ସହିତ ୫ଟି ଟେକ୍ସଟାଇଲ ଓ ଆପାରେଲ ପାର୍କ ବିକଶିତ କରିବା ଦିଗରେ ସରକାର ଯୋଜନା କରୁଛନ୍ତି ।ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, “ଓଡିଶା ପୁଞ୍ଜିନିବେଶକାରୀ ମାନଙ୍କ ପାଇଁ ପ୍ରମୁଖ ଆକର୍ଷଣ ପାଲଟିଛି । ଚଳିତ ଆର୍ଥିକ ବର୍ଷରେ ଦେଶର ସମୁଦାୟ ଘରୋଇ ନିବେଶର ୪୦ ପ୍ରତିଶତ ଓଡିଶାକୁ ଆସିଛି । ଏହା ବିଶ୍ୱର ଉଦ୍ୟୋଗ ଜଗତର ସରକାରଙ୍କ ଉପରେ ଥିବା ଆସ୍ଥାକୁ ଦର୍ଶାଉଛି । ଏହା ଭରସାକୁ ଅତୁଟ ରଖିବା ଦିଗରେ ଆମର ଉଦ୍ୟମ ଜାରି ରହିବ । ଅନ୍ୟାନ୍ୟ ଶିଳ୍ପ ସହିତ ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରରେ ମଧ୍ୟ ଓଡ଼ିଶା ଦେଶର ସବୁଠାରୁ ଆକର୍ଷଣୀୟ ସ୍ଥାନ ଭାବେ ପରିଗଣିତ ହୋଇପାରିଛି । ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରର ସବୁଠାରୁ ବଡ ଆକର୍ଷଣ ହେଉଛି ଏ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୁଯୋଗ ରହିଛି । ବିଶେଷକରି ମହିଳା ମାନଙ୍କୁ ଅଧିକ ନିଯୁକ୍ତିର ସୁଯୋଗ ରହିଛି । ଓଡ଼ିଶାର ଗ୍ରାମାଞ୍ଚଳ ଓ ଅର୍ଥନୈତିକ ପଛୁଆ ବର୍ଗର ଯୁବକ ଯୁବତୀମାନଙ୍କ ପାଇଁ ଏହା ବ୍ୟାପକ ସୁଯୋଗ ସୃଷ୍ଟି କରିବ । ଏହା ସହିତ ଓଡ଼ିଶାର ଆର୍ଥିକ ସମୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।”

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ