ଭୁବନେଶ୍ଵର:ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାଇବର ଓ ଅଥନୈତିକ ଅପରାଧ ରୋକିବାକୁ ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦେଶ କ୍ରମେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଭାରତୀୟ ନ୍ୟାୟ ସଂହିତା ୨୨୩ ମୁତାବକ ରାଜ୍ୟ ସରକାର ସାଇବର ଅପରାଧ ଏବଂ ଅର୍ଥନୈତିକ ଅପରାଧ ରୋକିବାକୁ ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଖୋର୍ଦ୍ଧା, ନୟାଗଡ଼, କଟକ ଗ୍ରାମାଞ୍ଚଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଭଦ୍ରକ, ଢେଙ୍କାନଳ, ଦେଓଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଜିଲାରେ ଏହି ଥାନା ପ୍ରତିଷ୍ଠା ହେବ। ଏହି ୨୦ ଜିଲାେର ସାଇବର ଓ ଅର୍ଥନୈତିକ ଅପରାଧ ରୋକିବାରେ ସାଇବର ଥାନା କାମ କରିବ।
ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା
ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…




