
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭୩୮ଜଣ ବାଂଲାଦେଶୀ ଅନୁପ୍ରବେଶକାରୀ ଚିହ୍ନଟ ହୋଇଛନ୍ତି । ଆଜି ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଏହି ତଥ୍ୟ ରଖିଛନ୍ତି ।
୩୭୩୮ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ମଧ୍ୟରୁ ଭଦ୍ରକରେ ୧୯୯ଜଣ ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ାରେ ୧୬୪୯, ଭୁବନେଶ୍ୱରରେ ୧୭, ଜଗତସିଂହପୁରରେ ୧୧୧୨, ମାଲକାନଗିରିରେ ୬୫୫, ନବରଙ୍ଗପୁରରେ ୧୦୬ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ୧୦ ବର୍ଷରେ ୪୧ ଜଣ ବାଂଲାଦେଶୀଙ୍କ ନାମରେ ଅପରାଧିକ ମାମଲା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି ।




