ରାଜ୍ୟସଭା ନାମାଙ୍କନ: ଏକାଠି ବସିଲେ ନବୀନ ଓ ଭକ୍ତ

ଭୁବନେଶ୍ୱର: ଆଜି ରାଜ୍ୟସଭା ନିର୍ବାଚନ ନାମାଙ୍କନ ଦାଖଲର ଶେଷଦିନ। ଆଜି ଶେଷଦିନରେ ମୋଟ ୫ ପ୍ରାର୍ଥୀ ନାମାଙ୍କନ ଭରିବେ। ପ୍ରଥମ ଦୁଇ ଆସନ ପାଇଁ ବିଜେପିର ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଥିବାବେଳେ ତୃତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି ବିଜେଡିର ସଂତୃପ୍ତ ମିଶ୍ର। ତେବେ ଚତୁର୍ଥ ଆସନ ପାଇଁ ଏଥର ହେବ ରୋଚକ ଲଢେଇ। କାରଣ ଚତୁର୍ଥ ଆସନରେ ବିଜେଡି କମନ୍ କ୍ୟାଣ୍ଡେଟ୍ ଭାବେ ଦତ୍ତ୍ବେଶ୍ବର ହୋତାଙ୍କ ନାଁ ଘୋଷଣା କରିଥିବାବେଳେ ସମର୍ଥନ ଘୋଷଣା କରିଛି କଂଗ୍ରେସ। ଏପଟେ ଚତୁର୍ଥ ସିଟ୍ ପାଇଁ ବିଜେପି ସମର୍ଥନ ସହ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ଦିଲ୍ଲୀପ ରାୟ। ଏଭଳି ସ୍ଥଳେ ଦିଲ୍ଲୀପ ବନାମ ଦତ୍ତେଶ୍ବର ଲଢେଇରେ ରୋଚକ ଚିତ୍ର ଦେଖିବାକୁ ମିଳିପାରେ।
ତେବେ ପ୍ରଥମେ ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ପ୍ରଥମେ ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି । ଏହି ସମୟରେ କିନ୍ତୁ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି । ନାମାଙ୍କନ କକ୍ଷରେ ପିସିସି ସଭାପତି ଭକ୍ତଚରଣ ଦାସ ଓ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାଠି ବସିଛନ୍ତି ।ସେହିପରି ବିଜେଡି ଓ କଂଗ୍ରେସ ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ସମେତ ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ । ବିଜେଡିର ମଧ୍ୟ କିଛି ବିଧାୟକ ନାମାଙ୍କନ ଭରିବା କକ୍ଷରେ ଉପସ୍ଥିତ ଥିଲେ ।

  • Related Posts

    ରାଜ୍ୟ ଅନୁସୂଚିତ ଜନଜାତି ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

    ଭୂବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ଅନୁସୁଚୀତ ଜନଜାତି ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ସଂପର୍କରେ ସୂଚନା ଦେଇ ବିଜେପି ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ କାନ୍ଦ୍ରା ସୋରେନ କହିଛନ୍ତି ଯେ, ନିଜ…

    Continue reading
    ୧୧ ବର୍ଷ ପରେ ମଧ୍ୟ ଅଧୁରା ରହିଲା ଓଡ଼ିଶାର କୋଷ୍ଟାଲ ହାଇୱେ ପ୍ରକଳ୍ପ: ବିଜେଡି

    ଭୁବନେଶ୍ୱର: ଦୀର୍ଘ ୧୧ ବର୍ଷ ପରେ ଓଡ଼ିଶାର କୋଷ୍ଟାଲ ହାଇୱେ ପ୍ରକଳ୍ପ ସମ୍ପର୍କରେ କେନ୍ଦ୍ର କ୍ୟାବିନେଟ୍ର ଅନୁମୋଦନ ମିଳିଥିବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି । କିନ୍ତୁ ଗତକାଲିର ଘୋଷଣା ଓଡ଼ିଶାବାସୀଙ୍କ ଆଶା ଓ ଆକାଂକ୍ଷାକୁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ