ରାଜ୍ୟସଭା ନାମାଙ୍କନ, ଚତୁର୍ଥ ଆସନରେ ହେବ ରୋଚକ ଲଢେଇ

ଭୁବନେଶ୍ଵର : ରାଜ୍ୟସଭା ପାଇଁ ଆଜି ନାମାଙ୍କନ। ଓଡ଼ିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ପ୍ରଥମ ଓ ଦ୍ଵିତୀୟ ଆସନ ପାଇଁ ବିଜେପିର ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଛନ୍ତି। ସେହିପରି ତୃତୀୟ ଆସନ ପାଇଁ ବିଜେଡିର ସଂତୃପ୍ତ ମିଶ୍ର ପ୍ରାର୍ଥୀ ହୋଇଛନ୍ତି। ହେଲେ ଚତୁର୍ଥ ଆସନରେ ରୋଚକ ଲଢେଇ ହେବ। ଦତ୍ତେଶ୍ଵର ହୋତା ଓ ଦିଲ୍ଲୀପ ରାୟଙ୍କ ଭିତରେ ବରାବର ଲଢେଇ ହେବ। ବିଜେଡି ଓ କଂଗ୍ରେସର କମନ୍ କ୍ୟାଣ୍ଡିଡେଟ୍ ଦତ୍ତେଶ୍ଵର ହୋଇଥିବା ବେଳେ ବିଜେପି ସମର୍ଥିତ ସ୍ଵାଧୀନ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ।

ବିଜେପି ପ୍ରାର୍ଥୀ ମନମୋହନ ସାମଲ ରାଜ୍ୟ ରାଜନୀତିର ଜଣେ ଦକ୍ଷ ନେତା। ତୃଣମୂଳସ୍ତରରୁ ତାଙ୍କର ସାଂଗଠନିକ ଦକ୍ଷତା ରହିଛି। ଧାମନଗରରୁ ବିଧାୟକ ଭାବେ ନିର୍ବାଚିତ ହୋଇ ମନମୋହନ ରାଜ୍ୟ ସରକାରରେ ମନ୍ତ୍ରୀ ଭାର ସମ୍ଭାଳିଥିଲେ। ଦଳର ବହୁ ପଦ ପଦବୀର ଭାର ମୁଣ୍ଡାଇ ସେ ନିଷ୍ଠାର ସହ ତୁଲାଇଥିଲେ। ନିର୍ବାଚନ ପୂର୍ବରୁ ସଭାପତି ଭାର ତୁଲାଉଥିବା ମନେମାହନଙ୍କୁ ଦଳ ପୁଣି ସଭାପତି ପଦ ଦେଇଥିଲା। ରାଜ୍ୟରେ ବିଜେପି ସରକାର ଗଢ଼ିବାରେ ତାଙ୍କର ଗୁରୁ ଦାୟିତ୍ବ ଥିଲା। ଏପରିକି ୧୯୯୯ରୁ ୨୦୦୪ ଯାଏ ମଧ୍ୟ ମନମୋହନ ଦଳର ସଭାପତି ଦାୟିତ୍ବ ତୁଲାଇଥିଲେ।
ସେହିପରି ସୁଜିତ କୁମାର ବିଜେଡିରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ବିଜେଡି ତାଙ୍କୁ ରାଜ୍ୟସଭାକୁ ପଠାଇଥିଲା। ୨୦୨୪ରେ ସୁଜିତ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ। ଏହାପରେ ସେ ପୁଣି ବିଜେପି ଟିକଟରେ ରାଜ୍ୟସଭାକୁ ଯାଇଥିଲେ।

ସେହିପରି ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ନବୀନଙ୍କ ବ୍ୟକ୍ତିଗତ ରାଜନୈତିକ ସଚିବ ଅଛନ୍ତି । ଗତ ସାଧାରଣ ନିର୍ବାଚନରେ ସେ କଟକ ଲୋକସଭା ସାଂସଦ ପ୍ରାର୍ଥୀ ହୋଇଥିଲେ। ଆଦିତ୍ୟ ବିର୍ଲା ଗ୍ରୁପର ମାନବ ସମ୍ବଳ ନିର୍ଦ୍ଦେଶକ ଥିଲେ। ବିଜେଡି ଓ କଂଗ୍ରେସର କମନ୍ କ୍ୟାଣ୍ଡିଡେଟ୍ ଦତ୍ତେଶ୍ଵର ହୋତା ଓଡ଼ିଆ ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱ ବିଦ୍ୟାଳୟର ପ୍ରଥମ କୁଳପତି ଭାବେ କାର୍ୟ୍ୟ କରିଛନ୍ତି। ସେ ୟୁରୋଲୋଜି ବିଭାଗରେ କ୍ୟାପିଟାଲ ହସ୍ପିଟାଲରେ ଥିଲେ ଏବଂ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବାରେ ନିୟୋଜିତ ଥିବା ଡାକ୍ତର ଟିମର ମୁଖ୍ୟ ଥିଲେ। ୨୦୨୦ରେ ସେ ୟୁରୋଲୋଜି ଗୋଲ୍ଡ ମେଡାଲ ପାଇଥିଲେ। ରାଜ୍ୟରେ କିଡନୀ ଟ୍ରାନ୍ସପ୍ଲାଷ୍ଟ ବ୍ୟବସ୍ଥା ଆରମ୍ଭ କରିଥିଲେ।

ତେବେ ଚତୁର୍ଥ ଆସନ ପାଇଁ ରୋଚକ ଲଢେଇ ହେବ। କାରଣ ବରିଷ୍ଠ ରାଜନେତା ଦିଲ୍ଲୀପ ରାୟ ସ୍ବାଧୀନ ପ୍ରାର୍ଥୀ ଭାବେ ରାଜ୍ୟସଭା ନିର୍ବାଚନ ଲଢିବେ। ଡାକ୍ତର ଦତ୍ତେଶ୍ଵର ହୋତା ଏବଂ ଦିଲ୍ଲୀପ ରାୟଙ୍କ ମଧ୍ୟରେ ବରାବର ଟକ୍କର ଦେଖିବାକୁ ମିଳିବ। ଦିଲ୍ଲୀପଙ୍କ ସ୍ବାଧୀନ ପ୍ରାର୍ଥୀତ୍ବକୁ ବିଜେପି ସମର୍ଥନ କରିବ। ୨୦୦୨ରେ ଦିଲ୍ଲୀପ ରାୟ ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେତେବେଳେ ବିଜେଡିର ବିରୋଧ ସତ୍ତ୍ୱେ କ୍ରସ ଭୋଟିଂରେ ବାଜି ମାରିଥିଲେ ଦିଲ୍ଲୀପ । ତେଣୁ ଦିଲ୍ଲୀପ ରାୟଙ୍କ ଏଣ୍ଟ୍ରି ରାଜ୍ୟସଭା ଭୋଟ ଗଣିତ ବଡ଼ ରୋଚକ କରିବ ବୋଲି ଆଲୋଚନା ହେଉଛି। ଦିଲ୍ଲୀପ ୩ ଥର ବିଧାୟକ ଓ ୨ ଥର ରାଜ୍ୟସଭା ସାଂସଦ ହେବା ସହ ମନ୍ତ୍ରୀ ମଧ୍ୟ ହୋଇଛନ୍ତି।

ସୂଚନା ଥାଉକି, ମାର୍ଚ୍ଚ ୧୬ରେ ରାଜ୍ୟସଭା ଭୋଟ୍ ହେବ। ସକାଳ ୯ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ୍ ଗ୍ରହଣ ହେବ। ଅପରାହ୍ଣରେ ଭୋଟ୍ ଗଣତି କରାଯିବ। ନିର୍ବାଚନ ପାଇଁ ​​​​ଆଜି ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ୬ ତାରିଖରେ ପ୍ରାର୍ଥୀ ପତ୍ର ଯାଞ୍ଚ ହେବ। ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି।

  • Related Posts

    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading
    ରାଜ୍ୟ ଅନୁସୂଚିତ ଜନଜାତି ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

    ଭୂବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ଅନୁସୁଚୀତ ଜନଜାତି ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ସଂପର୍କରେ ସୂଚନା ଦେଇ ବିଜେପି ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ କାନ୍ଦ୍ରା ସୋରେନ କହିଛନ୍ତି ଯେ, ନିଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ