ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ମହାତ୍ମା ଗାନ୍ଧୀମାର୍ଗରେ ୭୯ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ। ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଛନ୍ତି। ଏଥିସହିତ ଓଡ଼ିଶାବାସୀଙ୍କୁ ସ୍ବାଧୀନତା ଦିବସ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ସମ୍ବୋଧନ ଦେଇଛନ୍ତି ମୋହନ ମାଝୀ । ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି ସଙ୍ଗଠିତ ଅପରାଧକୁ ଦମନ କରାଯିବ । ମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି । ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡାଯିବ ନାହିଁ । ବ୍ୟକ୍ତି ଯେତେ ବି ଶକ୍ତିଶାଳୀ ହୁଅନ୍ତୁ ଛଡାଯିବ ନାହିଁ । ସେମାନଙ୍କ ସ୍ଥାନ ଜେଲ୍‌ରେ ସମାଜରେ ନୁହେଁ । ଏଥିପାଇଁ କାର୍ୟ୍ୟାନୁଷ୍ଠାନ ନେବାକୁ ପୋଲିସକୁ କ୍ଷମତା ଦିଆଯାଇଛି । ମହିଳା ସୁରକ୍ଷାରେ ଅବହେଳା କଲେ ଆଇନ ଅନୁସାରେ ପଦକ୍ଷେପ ନିଆଯିବ । ରାଜ୍ୟରେ ଆଇନ ଶୃଙ୍ଖଳା ମୋଟାମୋଟି ନିୟନ୍ତ୍ରଣାଧୀନ ରହିଛି । ଏହାକୁ ଆହୁରି ପ୍ରଭାବୀ କରିବାକୁ ହେବ । ଅପରାଧ ବୃଦ୍ଧିର ବଡ଼ କାରଣ ହେଉଛି ନିଶା କାରବାର ବୋଲି ସେ କହିଛନ୍ତି ।ଏହାସହ ସେ କହିଛନ୍ତି ଆଗାମୀ ଦିନରେ ଦେଶର ଫାର୍ମା ହବ୍ ହେବ ଓଡ଼ିଶା । ଏକ ଫାର୍ମା କନ୍‌କ୍ଲେଭ୍‌ କରିବାକୁ ଯାଉଛନ୍ତି ସରକାର । ଦେଶ ବିଦେଶର ପ୍ରମୁଖ ଫାର୍ମା କମ୍ପାନୀ ଆସିବେ । ନିଜ ନିଜର ପ୍ରତିଷ୍ଠାନ ନିର୍ମାଣ କରିବାକୁ ଆଗଭର ହେବେ । ଏହାଦ୍ବାରା ଆଗାମୀ ଦିନରେ ଓଡ଼ିଶା ଦେଶର ଫାର୍ମା ହବ ହୋଇପାରିବ । ଏହି କ୍ଷେତ୍ରରେ ଅଢ଼େଇ ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟିହେବ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ