ରାଷ୍ଟ୍ରପତିଙ୍କ ଜନ୍ମଦିନ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ଦେଶର ପ୍ରଥମ ନାଗରିକ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୁଭ ଜନ୍ମଦିନ । ଓଡ଼ିଶା ମାଟିର ଗର୍ବ ଗୌରବ, କୋଟି କୋଟି ଦେଶବାସୀଙ୍କ ପ୍ରେରଣାର ଉତ୍ସ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାରା ଦେଶରୁ ଛୁଟୁଛି ଶୁଭେଚ୍ଛା ଏବଂ ଶୁଭକାମନା ବାର୍ତ୍ତା। ଏହି ଅବସରରେ ଦେଶର ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଓଡ଼ିଶାର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଏଁ ସମସ୍ତେ ଶୁଭେଚ୍ଛା ଜଣାଇଛନ୍ତି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 1958 ମସିହା ଜୁନ 20 ତାରିଖରେ ମୟୂରଭଞ୍ଜ ଜିଲ୍ଲାର ଉପରବେଢ଼ା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଆଜିର ମହାମହିମ ନିଜ ଜନ୍ମମାଟିରେ ଜନ୍ମଦିନ ପାଳନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ୍ସରେ ଲେଖିଛନ୍ତି,”ଓଡ଼ିଶା ମାଟିର ଅନନ୍ୟ ଗୌରବ, ସମଗ୍ର ରାଷ୍ଟ୍ରର ପ୍ରେରଣା ଓ ଅଦମ୍ୟ ସଂକଳ୍ପର ପ୍ରତୀକ, ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଆପଣଙ୍କର ଐତିହାସିକ ଜୀବନ ଯାତ୍ରା ଭାରତୀୟ ଗଣତନ୍ତ୍ରର ଶକ୍ତି ଏବଂ ଆମ ମାତୃଶକ୍ତିର ସର୍ବଶ୍ରେଷ୍ଠ ବିଜୟ । ସମସ୍ତ ସଂଘର୍ଷ ଓ ପ୍ରତିକୂଳତାକୁ ପରାହତ କରି ଆପଣ ଯେଉଁ ସୁଦୃଢ଼ ନେତୃତ୍ୱ ଓ ମର୍ଯ୍ୟାଦାର ସହ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀକୁ ଅଳଙ୍କୃତ କରିଛନ୍ତି, ତାହା କୋଟି କୋଟି ଭାରତୀୟଙ୍କ ମନରେ ନୂତନ ଆତ୍ମବିଶ୍ୱାସ ଜାଗ୍ରତ କରିଛି । ଆପଣଙ୍କର ସେହି ସହଜ ସରଳତା, ସ୍ନେହପୂର୍ଣ୍ଣ ବ୍ୟକ୍ତିତ୍ୱ ଏବଂ ମାଟି ପ୍ରତି ଥିବା ନିବିଡ଼ ଆତ୍ମୀୟତା ପ୍ରତିଟି ଓଡ଼ିଆଙ୍କ ପାଇଁ ସଦାସର୍ବଦା ଏକ ଶ୍ରେଷ୍ଠ ଆଦର୍ଶ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘ ଜୀବନ ଓ ମଙ୍ଗଳ କାମନା କରୁଛି ।”

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଜାଣନ୍ତୁ କ’ଣ ?

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚଳିତ ପାର୍ବଣ ଋତୁରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଦୂର୍ଗାପୂଜା, ଲକ୍ଷ୍ମୀ ପୂଜା, କାଳୀ ପୂଜା, ରାବଣପୋଡି, ଭସାଣି ଉତ୍ସବ ଓ ଅନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ…

    Continue reading
    ଆଇଏଏସ୍‌ସ୍ତରରେ ଅଦଳବଦଳ : ମହେଶ୍ୱର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ

    ଭୁବନେଶ୍ୱର, ୭ ।୧୦ : ରାଜ୍ୟରେ ଆଇଏଏସ୍‌ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି । ନବରଙ୍ଗପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ମହେଶ୍ୱର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ