ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର ଦିନ ସକାଳେ ଲୋକ ଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ମାନ୍ୟବର ରାଷ୍ଟ୍ରପତିଙ୍କୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ପରମ୍ପରାକୁ ପ୍ରତିଫଳିତ କରୁଥିବା ସ୍ୱତନ୍ତ୍ର ଉପହାର ପ୍ରଦାନ କରିଥିଲେ। ମହାମହିମ ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଅଭିମୁଖେ ଗସ୍ତ ପୂର୍ବରୁ ଏହି ଉପହାର ପ୍ରଦାନ କରାଯାଇଥିଲା। ଏହି ଅବସରର ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଡ଼. ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ।

ଉକ୍ତ ଉପହାରରେ ଜାତୀୟ ହସ୍ତତନ୍ତ ପୁରସ୍କାର ପ୍ରାପ୍ତ ତଥା ଜିଆଇ ଟ୍ୟାଗ ସ୍ୱୀକୃତିପ୍ରାପ୍ତ ସମ୍ବଲପୁରୀ ବାନ୍ଧ ଶାଢ଼ୀ, ପିପିଲିର ପାରମ୍ପରିକ ଚାନ୍ଦୁଆ ଭେଲଭେଟ ଉତ୍ତରୀୟ ଏବଂ କଟକର ସୁକ୍ଷ୍ମ ରୂପା ତାରକସି କଳାରେ ନିର୍ମିତ ଭଗବାନ ଗଣେଶଙ୍କ ଏକ ପ୍ରତିମୂର୍ତ୍ତି ଥିଲା।

ଏହି ଅନନ୍ୟ କଳାକୃତିଗୁଡିକ ଓଡ଼ିଶାର ଅତୁଳନୀୟ କାରିଗରୀ ଦକ୍ଷତା, ସମୃଦ୍ଧ ପରମ୍ପରା ଓ କଳାତ୍ମକ ଉତ୍କର୍ଷତାର ପରିଚୟ ବହନ କରିବା ସହ ରାଜ୍ୟର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ପ୍ରତିଫଳିତ କରୁଛି।​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ