ରାସ୍ତା ତଳକୁ ଖସିଲା ସିମେଣ୍ଟ ଟ୍ରକ୍, ଚାଳକ ମୃତ

ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ । ଟ୍ରକଟି ବିଶାଖାପାଟଣାରୁ ସିମେଣ୍ଟ ନେଇ ସୁନ୍ଦରଗଡ଼ ଅଭିମୁଖେ ଯାଉଥିଲା। ମାତ୍ର ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ଥିବା ଏକ କଲଭର୍ଟ ଅତିକ୍ରମ କରୁଥିବା ବେଳେ ଟ୍ରକ୍‌ଟି ୩୦ଫୁଟ୍ ତଳକୁ ଖସି ପଡିଥିଲା। ଚାଳକ ଜଣଙ୍କ ଦୀର୍ଘ ସମୟ ଧରି ଚାପି ହୋଇ ରହିବା ଯୋଗୁ ଘଟଣସ୍ଥଳରେ ତାଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି କଟର ସାହାଯ୍ୟରେ ଟ୍ରକ୍‌ କାଟି ଚାଳକଙ୍କ ମୃତ ଶରୀରକୁ ବାହାର କରିବା ପାଇଁ ଉଦ୍ୟମ ଚଳାଇଛନ୍ତି।ମୃତ ଚାଳକଙ୍କ ନାଁ ବୋନେଷନ୍ ଖାଁ ବୋଲି ଜଣାଯାଇଛି। ତାଙ୍କ ଘର ଝାଡ଼ଖଣ୍ଡ କୋଡରମା ଜିଲ୍ଲାର ଜିଲୋଡ଼ି ଗାଁରେ ବୋଲି ଜଣା ପଡ଼ିଛି। ଘଟଣାସ୍ଥଳରେ ଦଶପଲ୍ଲା ପୁଲିସ ପହଞ୍ଚି ଦୁର୍ଘଟଣା ଘଟିଲା ତଦନ୍ତ ଚଳାଇଛି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ