ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସହରର ଟ୍ରାଫିକ ଛକ, ବସଷ୍ଟାଣ୍ଡ ଏବଂ ସର୍ବସାଧାରଣ ସ୍ଥାନରେ ଶିଶୁ ଭିକ୍ଷାବୃତ୍ତିକୁ ରୋକିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (OSCPCR) ପକ୍ଷରୁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି । ଏନେଇ ଆୟୋଗର ଅଧ୍ୟକ୍ଷା ବବିତା ପାତ୍ର ସମସ୍ତ ଜିଲ୍ଲାପାଳ, ପୋଲିସ ଅଧିକ୍ଷକ ଏବଂ ପୌରପାଳିକା କମିଶନରଙ୍କୁ ଏକ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି ।
ଶିଶୁ ଭିକ୍ଷାବୃତ୍ତିର ସମ୍ପୂର୍ଣ୍ଣ ଉନ୍ମୂଳନ ପାଇଁ ପ୍ରତି ଜିଲ୍ଲାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ‘ଜିଲ୍ଲା ଟାସ୍କ ଫୋର୍ସ’ ଗଠନ କରାଯିବ । ଏହି ଟିମ୍‌ରେ ପୋଲିସ ଅଧିକ୍ଷକ, ପୌର କମିଶନର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଏବଂ ଶ୍ରମ ଅଧିକାରୀ ପ୍ରମୁଖ ସଦସ୍ୟ ରହିବେ । ଏହି ଟାସ୍କ ଫୋର୍ସ ନିୟମିତ ଭାବେ ଚଢ଼ାଉ କରି ଭିକ୍ଷାବୃତ୍ତିରେ ନିୟୋଜିତ ଶିଶୁମାନଙ୍କୁ ଉଦ୍ଧାର କରିବା ସହ ସେମାନଙ୍କର ଥଇଥାନ ପାଇଁ ବ୍ୟବସ୍ଥା କରିବେ ।
ଉଦ୍ଧାର ହୋଇଥିବା ଶିଶୁମାନଙ୍କୁ ତୁରନ୍ତ ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରାଯାଇ ସେମାନଙ୍କୁ ଶିଶୁ ଯତ୍ନ କେନ୍ଦ୍ରରେ ରଖାଯିବ । ସେଠାରେ ସେମାନଙ୍କୁ ମାଗଣା ଶିକ୍ଷା, ସ୍ୱାସ୍ଥ୍ୟସେବା ଏବଂ କାଉନସେଲିଂ ପ୍ରଦାନ କରାଯିବ ।ଯେଉଁ ବ୍ୟକ୍ତି ବା ଗୋଷ୍ଠୀ ଶିଶୁମାନଙ୍କୁ ଜବରଦସ୍ତି ଭିକ୍ଷାବୃତ୍ତିରେ ନିୟୋଜିତ କରୁଛନ୍ତି, ସେହିଭଳି ଦଲାଲଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।ଶିଶୁ ଚୋରା ଚାଲାଣ ଏବଂ ଶୋଷଣ ଉପରେ ନଜର ରଖିବାକୁ ପୋଲିସର IUCAW ଏବଂ AHTU ୟୁନିଟକୁ ନିର୍ଦ୍ଦେଶ ଦିଆଯାଇଛି ।

ଜନସାଧାରଣଙ୍କୁ ସଚେତନତା ପାଇଁ ନିବେଦନସର୍ବସାଧାରଣଙ୍କୁ ଶିଶୁ ଭିକ୍ଷାବୃତ୍ତିକୁ ପ୍ରୋତ୍ସାହିତ ନ କରିବା ପାଇଁ ସଚେତନତା ସୃଷ୍ଟି କରାଯିବ । ଯଦି କେହି ଏପରି ଘଟଣା ଦେଖନ୍ତି, ତେବେ ତୁରନ୍ତ ଚାଇଲ୍ଡ ହେଲ୍ପଲାଇନ ୧୦୯୮କୁ ସୂଚନା ଦେବାକୁ କୁହାଯାଇଛି । ଏହି ଅଭିଯାନ ସମ୍ପର୍କରେ ପ୍ରତି ମାସରେ ଏକ ଅନୁପାଳନ ରିପୋର୍ଟ (Compliance Report) ଆୟୋଗଙ୍କ ନିକଟରେ ଦାଖଲ କରିବାକୁ ସମସ୍ତ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ