ରାସ୍ତାରେ ପଇଡ଼ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଯିବା ବାଟରେ ସତ୍ୟବାଦୀ ନିକଟରେ ପଇଡ଼ ପିଇ​‌ଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଇଡ଼ ପଇବା ବେଳେ ବ୍ୟବସାୟୀ ଶ୍ରୀଧର ମହାପାତ୍ର ସହ କଥା ହୋଇଥିଲେ । ବ୍ୟବସାୟ କିପରି ଚାଲିଛି ବୋଲି ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ । ସେପଟେ ବର୍ଷା ହେଉଥିବାରୁ ବେପାର କମ୍ ହେଉଛି ବୋଲି ଶ୍ରୀଧର କହିଥିଲେ। ମହାବାତ୍ୟା ପରଠୁ ସାକ୍ଷୀଗୋପାଳରେ ନଡ଼ିଆ ଉତ୍ପାଦନ କମିଛି । ୧୯୯୯ ମହାବାତ୍ୟାରେ ଅନେକ ଗଛ ମରିଯାଇଛି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ପଇଡ଼ ପିଇବା ପରେ ଶ୍ରୀଧରଙ୍କୁ ପ୍ରଶଂସା କରିବା ସହିତ ଦୁଇଟି ୫ଶହ ଟଙ୍କିଆ ବଢ଼ାଇ ଦେଇଥିଲେ ।

ସୂଚନା ଅନୁଯାୟୀ, ସୋମବାର ମଧ୍ୟାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁରୀ ଯାଇଛନ୍ତି । ସେଠରେ ସେ ପ୍ରଥମେ ଶ୍ରୀସଦାଶିବ ପରିସରରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷା ନୀତି-୨୦୨୦ ସନ୍ଦର୍ଭରେ ଭାରତୀୟ ଜ୍ଞାନ ପରମ୍ପରା କାର୍ୟ୍ୟକ୍ରମରେ ଯୋଗଦାନ ଦେବେ । ଅପରାହ୍ଣ ୪ଟା ୪୫ରେ ନରେନ୍ଦ୍ରକୋଣସ୍ଥିତ ବୃନ୍ଦାବତୀ ନିବାସକୁ ଯାଇ ହବିଷ୍ୟାଳିମାନଙ୍କୁ ଭେଟି ଭଲମନ୍ଦ ବୁଝିବାର କାର୍ୟ୍ୟକ୍ରମ ରହିଛି।

  • Related Posts

    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading
    ମହାନଦୀ, ପୋଲାଭରମ ପରେ ଏବେ ବଂଶଧାରା; ଟ୍ରିବ୍ୟୁନାଲ୍‌ର ରାୟ ଓଡ଼ିଶା ପ୍ରତି ଉପହାସ: ଭକ୍ତ ଦାସ

    * ଓଡ଼ିଶାକୁ ଶସ୍ତା ପାଇଛି ବିଜେପି * କ୍ୟାଚ୍‌ମେଣ୍ଟ ଏରିଆର ଓଡ଼ିଶାରେ ତିନି ଚତୁର୍ଥାଂଶ; ଅଥଚ ଜଳ ବଣ୍ଟନ ୫୦-୫୦ ଭୁବନେଶ୍ବର,୦୪/୦୩/୨୦୨୬: ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କୁ ଖୁସି କରିବାକୁ ବଂଶଧାରା ଟ୍ରିବ୍ୟୁନାଲ୍ ରାୟ ଦିଆଯାଇଛି। ଓଡ଼ିଶାରେ ବଂଶଧାରାର ତିନି ଚତୁର୍ଥାଂଶ କ୍ୟାଚ୍‌ମେଣ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ