ରିଆମାଳରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଦେବଗଡ଼: ରିଆମାଳ ବ୍ଲକ୍ କଲ୍ୟାଣ ମଣ୍ଡପରେ ଆଜି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ କବୀନ୍ଦ୍ର ସାହୁ ଯୋଗଦେଇ ୩୧ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଅଭିଯୋଗ ମଧ୍ୟରେ ୨୪ ଟି ବ୍ୟକ୍ତିଗତ ଏବଂ ୭ଟି ସାମୁହିକ ଅଭିଯୋଗ ରହିଥିଲା।ବିଶେଷ କରି ବିଦ୍ୟୁତ୍ ସମସ୍ୟା,ଜମିବାଡ଼ି ବିବାଦ, ବିକଳାଙ୍ଗ ଭତ୍ତା,ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମେତ ବିଭିନ୍ନ ସମସ୍ୟା ସଂପର୍କରେ ଜନସାଧାରଣ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ଶିବିରରେ ଏସପି କିଶୋର ଚନ୍ଦ୍ର ମୁଣ୍ଡ,ଡିଏଫଓ ମିସ୍ ରଶ୍ମି ଜୀ, ଉପଜିଲ୍ଲାପାଳ ପରୀକ୍ଷିତ ସାହୁ,ଜିଲ୍ଲାପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ ଦିଲୀପ ପ୍ରଧାନ,ଡେପୁଟି କଲେକ୍ଟର ଅଞ୍ଜୁନୀ କୁଜୁର,ରିଆମାଳ ବ୍ଲକ ବିଡିଓ ଆଦିତ୍ୟ ପଣ୍ଡା, ତହସିଲଦାର ବିଜୟଲକ୍ଷ୍ମୀ ନାୟକଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ