ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର ପ୍ରଧାନ(୩୪) ରିଜର୍ଭ ପୁଲିସରେ ଓଏପିଏସ କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିଲେ। ସେ ସହରର ଖମାରସାହି ଅଞ୍ଚଳରେ ଭଡାଘର ନେଇ ରହୁଥିଲେ ।
ଗତକାଲି ସେ ଡିୟୁଟିରୁ ଫେରିବା ପରେ ପରିବାର ସହ ମିଶି ଖିଆପିଆ କରିଥିଲେ । ପରେ କୌଣସି କାରଣକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଝଗଡ଼‌ା ହୋଇଥିଲା । ଏହାପରେ ସମସ୍ତେ ଶୋଇବାକୁ ଚାଲିଯାଇଥିଲେ। କେହି ଯେମିତି କୋଠରିରୁ ବାହାରକୁ ନବାହାରି ପାରନ୍ତୁ ସେଥିପାଇଁ ଶଙ୍କର ପ୍ରଧାନ ବାହାରୁ କବାଟ ଦେଇ ରୋଷେଇ ଘରକୁ ଚାଲି ଯାଇଥିଲେ। ସେଠାରେ ବେକରେ ଗାମୁଛା ବାନ୍ଧି ଝୁଲି ପଡ଼ିଥିଲେ । ତାଙ୍କ ପତ୍ନୀ ପଡୋଶୀମାନଙ୍କୁ ଡାକିବାରୁ ସେମାନେ ଆସି କବାଟ ଖୋଲି ତାଙ୍କୁ ଝୁଲିପଡିଥିବା ଦେଖିଥିଲେ । ଖବର ପାଇ ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଏ ନେଇ ଟାଉନ ଥାନାରେ ୩୩/୨୬ରେ ଏକ ମାମଲା ରୁଜୁ କରାଯାଇଥିବା ଟାଉନ ଥାନା ଏସଆଇ ଶଶୀଭୂଷଣ ବେହେରା ସୂଚନା ଦେଇଛନ୍ତି।

  • Related Posts

    ମୋହନଙ୍କ ବଡ଼ ନିଷ୍ପତ୍ତି : ନବମ ଓ ଦଶମ ପିଲାଙ୍କୁ ମିଳିବ ମାଗଣା ବହି

    ଭୁବନେଶ୍ୱର, ୧୩ ।୧୦ : ରାଜ୍ୟ କ୍ୟାବିନେଟ ନବମ ଓ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରିବେ । ୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ଏହା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ । ଏହାଦ୍ୱାରା ୨୮.୯୦ ଲକ୍ଷ…

    Continue reading
    ମୋହନଙ୍କ ବଡ଼ ନିଷ୍ପତ୍ତି : ବର୍ଷା ଜଳ ନିଷ୍କାସନ ପାଇଁ ୫ ଶହ କୋଟି

    ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ